ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ କେବଳ ରୁନିତା ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ଜାଗୃତି ସଭାଗୃହଠାରେ ବନାନୀ ସାରସ୍ବତ ପରିଷଦ, ଜାଗୃତି ଅନୁଷ୍ଠାନ, ହିମଗିରି କଳା ପରିଷଦ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ରୁନିତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

ଏହି ଅବସରରେ ପରିଷଦର ସମ୍ପାଦକ ବିଦେଶୀ ନାୟକଙ୍କ ସଭା ପରିଚାଳନା ଏବଂ ବରିଷ୍ଠ ନାଗରିକ ମଞ୍ଚର ସଭାପତି ରମେଶ ଚନ୍ଦ୍ର ସାହୁ, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ, ହିମଗିରି କଳାପରିଷଦର ସମ୍ପାଦକ ପତିତପାବନ ରାଉତ ପ୍ରମୁଖ ମଞ୍ଚାସିନ ରହି ରୁନିତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ପ୍ରକାଶ ଯେ, ରୁନିତା ନିଜ ଶିକ୍ଷା ସରକାରୀ ପ୍ରାଥମିକ ବିଦ୍ୟାଳୟ ଡବେରୀ ସେବାଶ୍ରମରୁ ଆରମ୍ଭ କରିଥିଲେ। ପରେ ସେ ଦାରିଙ୍ଗବାଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପର୍ଯ୍ୟନ୍ତ ପଢିବା ପରେ ଉଚ୍ଚ ଶିକ୍ଷା ପାଇଁ ସେ ଭୁବନେଶ୍ୱର ଆରଡି ମହିଳା ବିଦ୍ୟାଳୟରେ ସ୍ନାତକ ଓ ବାଣୀବିହାରରେ ସେ ସ୍ନାତକୋତ୍ତର କରିଥିଲେ। ସେ ବାଣୀ ବିହାରରେ ସେ ସ୍ବର୍ଣ୍ଣ ପଦକ ପାଇଥିଲେ।

ଏହି ଅବସରରେ ସେ କୁହନ୍ତି, ଘରର ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବା ବେଳେ ବାପା ଜଣେ ଗାଡି ଚାଳକ ଭାବେ କାର୍ଯ୍ୟ କରି ତାଙ୍କ ପରିବାର ପ୍ରତିପୋଷଣ କରନ୍ତି। ଏହାସତ୍ତ୍ୱେ ମୋତେ ଓ ତାଙ୍କ ୫ ଭାଇ ଭଉଣୀଙ୍କୁ ପାଠ ପଢ଼ାଉଥିଲେ। ବହୁତ ଦୁଃଖ କଷ୍ଟରେ ପାଠ ପଢ଼ି ଆଜି ଏହି ସଫଳତା ପାଇଥିବା ସେ କହିଛନ୍ତି। ବାପା ଗାଡି ଚାଳକ ଥିବାରୁ ମୁଁ ହଷ୍ଟେଲରେ ଥିବା ସମୟରେ ବାପା ପ୍ରଥମେ ଖର୍ଚ୍ଚକୁ ୧ ଟଙ୍କା ଦେଇଥିଲେ। ବିଦ୍ୟାଳୟରେ ଟ୍ରେ ପୁରସ୍କାର ପାଇଥିବାରୁ ବାପା ପ୍ରଥମଥର ପାଇଁ ୫ ଟଙ୍କା ଦେଇଥିଲେ ମୁଁ ଖୁସି ହୋଇଥିଲି। ମୁଁ ସ୍କୁଲ ପାଠ ସାରି ଦାରିଙ୍ଗବାଡି ଛାଡିବା ପରେ ଲକ୍ଷ ଥିଲା ଏହି ଅଞ୍ଚଳ ପାଇଁ କିଛି ଭଲ କାର୍ଯ୍ୟ କରିବା। ନିଜ ସଂଘର୍ଷ କଥା କହିବା ସହ ବାପା, ମା’ ଶିକ୍ଷକ, ଗ୍ରାମବାସୀଙ୍କ ପାଇଁ ଆଜି ଏହି ସଫଳତା ପାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri