୯ ମାସର ଝିଅକୁ ଧରି ନଦୀକୁ ଡେଇଁଲେ ବାପା

ଫୁଲନଖରା,୧୪ା୮(ସତ୍ୟରଞ୍ଜନ ଦାସମହାପାତ୍ର): ପାରିବାରିକ ବିବାଦକୁ କେନ୍ଦ୍ର କରି କଟକ ଜିଲା ସଦର ଥାନା ଅଧୀନ ସଇଁନ୍ଦା ଗ୍ରାମ ନିକଟ ସିଢୁଆ ନଦୀରେ ରବିବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ସମ୍ମୁଖରେ ୯ ମାସର ଶିଶୁକନ୍ୟାଙ୍କୁୁ ଧରି ଜଣେ ଯୁବକ ନଦୀକୁ ଡେଇଁପଡିଛନ୍ତି। ଏହା ଦେଖି ଯୁବକଙ୍କ ସ୍ତ୍ରୀ ମଧ୍ୟ ନଦୀକୁ ଡେଇଁ ପଡ଼ିଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ନଦୀରୁ ଶିଶୁକନ୍ୟା ଏବଂ ତାଙ୍କ ମା’ଙ୍କୁ ଉଦ୍ଧାର କରାଯାଇଥିବାବେଳେ ବାପା ନିଖୋଜ ଅଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କନ୍ଦରପୁର ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମର ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରାୟ ଦେଢବର୍ଷ ହେବ ଶ୍ୱଶୁର ଘର କଟକ ସଦର ଥାନା ଅଧୀନ ସୁମାଣ୍ଡି ଗ୍ରାମରେ ସ୍ତ୍ରୀ ଦୀପାଳି, ବଡ଼ଝିଅ ମାମୁନୁ(୫) ଓ ୯ ମାସର ସାନଝିଅ ସହିତ ରହୁଥିଲେ। ସେ ଚାଉଳିଆଗଞ୍ଜ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟ କରୁଥିଲେ। ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାରିବାରିକ କଳହ ଲାଗି ରହୁଥିଲା। ଶନିବାର ରାତିରେ ପ୍ରକାଶଙ୍କ ସାନଝିଅ ଜରି ଖାଇ ଦେଇଥିଲେ। ଏ ସମ୍ପର୍କରେ ପ୍ରକାଶ ଜାଣିବା ପରେ ଦୀପାଳିଙ୍କୁ ପାଟି କରିଥିଲେ। ତୁମେ ଘରେ ଥିବାବେଳେ ଝିଅ ଜରି କିପରି ଖାଇଲା ବୋଲି ପଚାରିଥିଲେ। ଏହାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୀପାଳିଙ୍କୁ ପ୍ରକାଶ ମାଡ଼ ମାରିଥିବା ଶାଶୁ ସୁଲୋଚନା ଜେନା କହିଛନ୍ତି। ରବିବାର ପୂର୍ବାହ୍ନରେ ଦୀପାଳି ଓ ସାନଝିଅ ସହ ପ୍ରକାଶ ନିକଟସ୍ଥ ମନ୍ଦିରକୁ ଆସିଥିଲେ। ପରେ ସେମାନେ ନିକଟସ୍ଥ ସିଢ଼ୁଆ ନଦୀକୂଳକୁ ଯାଇଥିଲେ। ହେଲେ ହଠାତ୍‌ ଦୀପାଳିଙ୍କ ସମ୍ମୁଖରେ ଶିଶୁକନ୍ୟାଙ୍କୁ ଧରି ପ୍ରକାଶ ନଦୀକୁ ଡେଇଁପଡିଥିଲେ। ଏହା ଦେଖି ଦୀପାଳି ଚିତ୍କାର କରିବା ସହ ନଦୀକୁ ମଧ୍ୟ ଡେଇଁପଡିଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। କିଛି ସମୟ ପରେ ଶିଶୁକନ୍ୟାଙ୍କୁୁ ମଧ୍ୟ ପାଣିରୁ ଉଦ୍ଧାର କରାଯାଇଥିଲା। ହେଲେ ପ୍ରକାଶ ପାଣିର ସ୍ରୋତରେ ନିଖୋଜ ହୋଇଯାଇଛନ୍ତି। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚତ୍ ବାରଙ୍ଗ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଦୀର୍ଘ ସମୟ ଧରି ପାଣିରେ ଖୋଜାଖୋଜି କରିଥିଲେ ପ୍ରକାଶଙ୍କୁ ପାଇ ନ ଥିଲେ। ଏ ସମ୍ପର୍କରେ ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ସାହୁ କହିଛନ୍ତି, ରବିବାର ସନ୍ଧ୍ୟା ହୋଇଯାଇଥିବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଛି। ସୋମବାର ପୁଣି ଉଦ୍ଧାର କାର୍ଯ୍ୟ ଜାରିରହିବ। ଅପରପକ୍ଷରେ ଶିଶୁକନ୍ୟାଙ୍କୁ ଚିକିତ୍ସା ପାଇଁ କଟକ ଶିଶୁଭବନରେ ଭର୍ତ୍ତି କରାଯାଇଛି। ଏନେଇ ଶିଶୁଭବନ ଅଧୀକ୍ଷକ ପି.କେ. ଜେନା କହିଛନ୍ତି, ଶିଶୁକନ୍ୟାର ଚିକିତ୍ସା କରାଯାଉଥିବାବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?