ନାବାଳକ ପୁଅ ଧକ୍କାରେ ଚାଳିଗଲା ବାପାଙ୍କ ଜୀବନ

କୁନ୍ଦୁରା,୨୨।୪: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଗୁଣ୍ଡାଳ ପଞ୍ଚାୟତ ଅଧୀନ ତଲିଆଗୁଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବୁଧବାର ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ବାପାଙ୍କୁ ହତ୍ୟା କରିଥିବା ନେଇ ୧୩ ବର୍ଷର ନାବାଳକ ପୁଅ ପୋଲିସ ଆଗରେ ସ୍ବୀକାର କରିଛି। ପରେ ପୋଲିସ ନାବାଳକଙ୍କୁ ଅଟକ ରଖିଛି।
ସୂଚନା ଅନୁଯାୟୀ, ମୃତକ ସବୁବେଳେ ମଦ ପିଇ ଘରେ ଝଗଡ଼ା କରିବା ସହ ସ୍ତ୍ରୀଙ୍କୁ ମାରଧର କରନ୍ତି। ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ସେ ପୂର୍ବରୁ ୨ ବର୍ଷ ଜେଲରେ ରହି ଆସିଛନ୍ତି। ବୁଧବାର ବ୍ୟକ୍ତି ଜଣକ ମଦ ପିଇ ଘରେ ଝଗଡ଼ା କରୁଥିଲେ। ଏହି ସମୟରେ ନାବାଳକ ତାଙ୍କୁ ଠେଲିଦେଇଥିଲେ। ଫଳରେ ମୁଣ୍ଡ ପଛପଟ ମାଡ଼ ହେବାରୁ ତାଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ କୁନ୍ଦୁରା ଥାନାଧିକାରୀ ଶେଷଦେବ ବେହେରା, ଏସ୍‌ଆଇ ଶିରଣ ବିଦା, ଏଏସ୍‌ଆଇ ସର୍ବେଶ୍ୱର ରାଓ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଗୁରୁବାର ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ସେଠାରେ ପହଞ୍ଚତ୍ ତଦନ୍ତ କରିଛି। ପୋଲିସ ୩୬/୨୧ରେ ମାମଲା ରୁଜୁକରି ନାବାଳକଙ୍କୁ ଥାନାରେ ଅଟକ ରଖିଛି। ମୃତଦେହ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri