କୋକସରା,୨୫।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)ଜଣେ ବିବାହିତା ମହିଳାଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ବଡ଼ ଯାଆ ନିର୍ଯାତନା ଓ ଶେଷରେ ପେଟ୍ରୋଲ ଢାଳି ମହିଳାଙ୍କୁ ପୋଡି ହତ୍ୟା କରିଥିବା ନେଇ ସଙ୍ଗିନ ଅଭିଯୋଗ ଆଣିିଛନ୍ତି ମୃତ ଝିଅଙ୍କର ବାପା। ସୂଚନା ମତେ କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଜୟନ୍ତପୁର ଗ୍ରାମର ଦିପେନ ସାଗରଙ୍କ ଝିଅ ଉର୍ମିଳା ସାଗର(ପୂଜା)ର ବିବାହ ସାମାଜିକ ରୀତିନୀତି ଅନୁସାରେ ଗତ ୨୦୨୦ ମସିହା ମାର୍ଚ୍ଚ ମାସ ୨୦ ତାରିଖରେ ମାଝୀଗୁଡା ଗ୍ରାମର ବାଲେଶର ନାଗଙ୍କ ପୁଅ ଜୟନ୍ତ ନାଗଙ୍କ ସହିତ ହୋଇଥିଲା। ବିବାହର କିଛିମାସ ଦାମ୍ପତ୍ୟ ସଂସାର ହସଖୁସିରେ ଅତିବାହିତ ହେବାପରେ ଉର୍ମିଳାଙ୍କ ଜୀବନରେ ମାଡି ଆସିଥିଲା ନିର୍ଯାତନାର କଳାବାଦଲ। ଅନେକ ସମୟରେ ସ୍ବାମୀ ଜୟନ୍ତ, ଶାଶୁ ଚମ୍ପାବତୀ ନାଗ ଓ ବଡ଼ ଯାଆ କୁଲକି ନାଗ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୩ରେ ଉର୍ମିଳା ନିଜ ମାଆଙ୍କୁୁ ଫୋନ କରି ଜୀବନରେ ମାରିଦେବାକୁ ଧମକ ଦେଉଥିବା ଓ ମୋତେ ଶୀଘ୍ର ଆସି ନେଇଯାଅ ବୋଲିି ଫୋନ କରି କହିଥିବା ବେଳେ ସେହିଦିନ ସାରେ ଖବର ମିଳିଲା ଯେ ଝିଅ ପୋଡି ହୋଇ ଯାଇଛି ଓ କୋକସରା ଡାକ୍ତରଖାନାରେ ଭର୍ତ୍ତି ଅଛି। ଖବର ପାଇ ଝିଅର ବାପା ମା କୋକସରା ଡାକ୍ତରଖାନାରେ ପହଞ୍ଚିବା ପରେ ଝିଅର ଶରୀର ସମ୍ପୂର୍ଣ୍ଣ ପୋଡି ଯାଇ ଅତି ଜଟିଳ ଅବସ୍ଥାରେ ରହିଥିବା ବେଳେ ଡାକ୍ତର ପିଡୀତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ । ହେଲେ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ୨୪ତାରିଖ ସା ୬ ଘଣ୍ଟା ସମୟରେରେ ଉର୍ମିଳାଙ୍କ ମୃତ୍ୟୁ ହୋଇଥିଲା। ଗତ ଜୁଲାଇ ୨୩ରେ ଝିଅକୁ ପେଟ୍ରୋଲ ଢାଳି ପୋଡି ମାରି ଦେବାକୁ ଉଦ୍ୟମ କରାଯାଇଥିବା ନେଇ ମହିଳାଙ୍କ ମା ଆଶା ସାଗର କୋକସରା ପୋଲିସରେ ଲିଖିତ ଅଭିଯୋଗ କରିଥିଲେ। ଘଟଣା ପରେ କୋକସରା ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ଏହି ଘଟଣାରେ କାହାକୁ ଗିରଫ କରାଯାଇନାହିଁ। ଅନ୍ୟପଟେ ମୃତ ମହିଳାଙ୍କ ଶବ ଭୁବନେଶ୍ୱରରୁ ଆସୁଥିବା ଜଣାପଡିଛି। କୋକସରା ଥାନାରେ ଏନେଇ କେଶ ନମ୍ବର ୧୯୩/୨୩ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।
ପେଟ୍ରୋଲରେ ପୋଡି ହୋଇ ବିବାହିତ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପା
Posted inHome, Home Left, ଆମ ଜିଲା ଖବର, କଳାହାଣ୍ଡି View All
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

