ବଡ଼ ବୟାନ ଦେଲେ ବଳଙ୍ଗା ପୀଡ଼ିତାଙ୍କ ବାପା, ସରକାରଙ୍କୁ ନେଇ କହିଦେଲେ… 

ଭୁବନେଶ୍ୱର,୨।୮: ଦିଲ୍ଲୀ AIIMSରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଯୋଜନା କରୁଥିବା ବେଳେ ପୀଡ଼ିତାଙ୍କ ବାପା ବଡ଼ ବୟାନ ଦେଇଛନ୍ତି।
ସରକାର ଯାହା ସହଯୋଗ କରିବା କଥା କହିଛନ୍ତି। ମୋ’ ପାଖରେ ମୋ’ ଝିଅ ଆଜି ନାହିଁ। ମାନସିକ ଚିନ୍ତା ଯୋଗୁ ସେ ତାର ଜୀବନ ନେଇଛି। ଏଥିରେ ଆପଣମାନେ ରାଜନୀତି ନ କରି ତା ପାଇଁ ପ୍ରାର୍ଥନା କରନ୍ତୁ। ତାର ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।ତେବେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି। ଏହି ଘଟଣାରେ ତଦନ୍ତ ଶେଷ ପର୍ଯାୟରେ ପହଞ୍ଚିଥିବା ଓଡ଼ିଶା ପୋଲିସର ଅଫିସିଆଲ ଏକ୍ସ ହ୍ୟାଣ୍ଡେଲ (@odisha_police) ମାଧ୍ୟମରେ ସୂଚନା ଦିଆଯାଇଛି। ପୋଲିସ ପକ୍ଷରୁ ନିଷ୍ଠାର ସହ ତଦନ୍ତ କରାଯାଇଥିବା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ, ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି।

ଏହି ଘଟଣାରେ ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଖବର ଶୁଣି ଓଡ଼ିଶା ପୋଲିସ ଗଭୀର ଦୁଃଖ ପ୍ରକାଶ କରିଛି। ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ପୋଡ଼ିଯାଇଥିବା କାରଣରୁ ତାଙ୍କ ଅବସ୍ଥା ଗୁରୁତର ଥିଲା। ପ୍ରାରମ୍ଭରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ପୀଡ଼ିତାଙ୍କୁ ପରେ ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଥିଲା। ଦିଲ୍ଲୀ ଏମ୍ସରେ ୧୪ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ ତାଙ୍କ ଚିକିତ୍ସା କରୁଥିଲେ, କିନ୍ତୁ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri