ବଡ଼ ବୟାନ ଦେଲେ ବଳଙ୍ଗା ପୀଡ଼ିତାଙ୍କ ବାପା, ସରକାରଙ୍କୁ ନେଇ କହିଦେଲେ… 

ଭୁବନେଶ୍ୱର,୨।୮: ଦିଲ୍ଲୀ AIIMSରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଯୋଜନା କରୁଥିବା ବେଳେ ପୀଡ଼ିତାଙ୍କ ବାପା ବଡ଼ ବୟାନ ଦେଇଛନ୍ତି।
ସରକାର ଯାହା ସହଯୋଗ କରିବା କଥା କହିଛନ୍ତି। ମୋ’ ପାଖରେ ମୋ’ ଝିଅ ଆଜି ନାହିଁ। ମାନସିକ ଚିନ୍ତା ଯୋଗୁ ସେ ତାର ଜୀବନ ନେଇଛି। ଏଥିରେ ଆପଣମାନେ ରାଜନୀତି ନ କରି ତା ପାଇଁ ପ୍ରାର୍ଥନା କରନ୍ତୁ। ତାର ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।ତେବେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି। ଏହି ଘଟଣାରେ ତଦନ୍ତ ଶେଷ ପର୍ଯାୟରେ ପହଞ୍ଚିଥିବା ଓଡ଼ିଶା ପୋଲିସର ଅଫିସିଆଲ ଏକ୍ସ ହ୍ୟାଣ୍ଡେଲ (@odisha_police) ମାଧ୍ୟମରେ ସୂଚନା ଦିଆଯାଇଛି। ପୋଲିସ ପକ୍ଷରୁ ନିଷ୍ଠାର ସହ ତଦନ୍ତ କରାଯାଇଥିବା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ, ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି।

ଏହି ଘଟଣାରେ ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଖବର ଶୁଣି ଓଡ଼ିଶା ପୋଲିସ ଗଭୀର ଦୁଃଖ ପ୍ରକାଶ କରିଛି। ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ପୋଡ଼ିଯାଇଥିବା କାରଣରୁ ତାଙ୍କ ଅବସ୍ଥା ଗୁରୁତର ଥିଲା। ପ୍ରାରମ୍ଭରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ପୀଡ଼ିତାଙ୍କୁ ପରେ ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଥିଲା। ଦିଲ୍ଲୀ ଏମ୍ସରେ ୧୪ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ ତାଙ୍କ ଚିକିତ୍ସା କରୁଥିଲେ, କିନ୍ତୁ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri