Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ମୃତ ଡାକ୍ତରଙ୍କ ବାପା

କୋଲକାତା,୧୯ା୮:କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ୩୧ ବର୍ଷୀୟା ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରୁଥିବା ଲୋକଙ୍କ ମୁହଁ ବନ୍ଦ କରିଦେବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉଦ୍ୟମ କରୁଥିବା ମୃତା ଡାକ୍ତରଙ୍କ ବାପା ଅଭିଯୋଗ କରିଛନ୍ତି। ନ୍ୟାୟ ଦାବି କରୁଥିବା ସାଧାରଣ ଲୋକଙ୍କୁ ଜେଲ ପଠାଇବାକୁ ଉଦ୍ୟମ ହେଉଛି। ଝିଅର ମୃତ୍ୟୁ ପାଇଁ ସେ ସର୍ମ୍ପୂ୍‌ଣ୍ଣ ଚେଷ୍ଟ ମେଡିସିନ୍‌ ବିଭାଗକୁ ଦାୟୀ କରିଛନ୍ତି। ଅପରାଧରେ ଉକ୍ତ ବିଭାଗର କେତେଜଣ ସମ୍ପୃକ୍ତ ଥିବା ମହିଳା ଡାକ୍ତରଙ୍କ ବାପା କହିଛନ୍ତି। ଜଣେ ବ୍ୟକ୍ତିଙ୍କ ଦ୍ୱାରା ଏଭଳି ଅପରାଧ ସମ୍ଭବ ନୁହେଁ।

କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାମ୍‌ନାକୁ ଆସିଛି। ତାଙ୍କ ଶରୀରରେ ୧୬ଟି ଗଭୀର ବାହ୍ୟ କ୍ଷତ ସହ ୯ଟି ଆଭ୍ୟନ୍ତରୀଣ କ୍ଷତ ରହିଥିବାରୁ ତାଙ୍କୁ ବଳାତ୍କାର ପରେ ଅତି ବୀଭତ୍ସ ଭାବେ ଆକ୍ରମଣ କରାଯିବା ସହ ଗଳାଚିପି ହତ୍ୟା କରାଯାଇଥିବା ରିପୋର୍ଟରୁ ଜଣାପଡ଼ିଛି।
ଗତ ୯ ତାରିଖ ବିଳମ୍ବିତ ରାତିରେ ହସ୍ପିଟାଲର ସେମିନାର ହଲ୍‌ରେ ୩୧ ବର୍ଷୀୟା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ତା’ ପରଦିନ ତାଙ୍କ ମୃତଦେହ ମିଳିବା ପରେ ସନ୍ଧ୍ୟା ୬ଟା ୧୦ରୁ ୭ଟା ୧୦ ମିନିଟ ମଧ୍ୟରେ ବ୍ୟବଚ୍ଛେଦ କରାଯାଇଥିଲା। ରିପୋର୍ଟ ଅନୁଯାୟୀ ପୀଡ଼ିତା ଡାକ୍ତରଙ୍କ ଗାଲ, ଓଠ, ନାକ, ବେକ, ହାତ, ଆଣ୍ଠୁ ସମେତ ଗୁପ୍ତାଙ୍ଗରେ କ୍ଷତ ରହିଛି। ସେହିପରି ବେକ ମାଂସପେଶୀ, ଖପୁରି ଓ ଅନ୍ୟ ସ୍ଥାନରେ ଆଭ୍ୟନ୍ତରୀଣ କ୍ଷତ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଉକ୍ତ ରିପୋର୍ଟରେ ଆର୍‌.ଜି. କର ମେଡିକାଲ କଲେଜର ଫୋରେନ୍‌ସିକ ମେଡିସିନ ଏବଂ ଟକ୍ସିଲୋଜି ବିଭାଗ ପ୍ରଫେସର ଅପୂର୍ବା ବିଶ୍ୱାସ, ଆସୋସିଏଟ୍‌ ପ୍ରଫେସର ରିନା ଦାସ ଏବଂ ଏନ୍‌ଆର୍‌ଏସ୍‌ ମେଡିକାଲ କଲେଜର ଫୋରେନ୍‌ସିକ ମେଡିସିନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ମୋଲି ବାନାର୍ଜୀଙ୍କ ସ୍ବାକ୍ଷର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri