ପୁତ୍ର ସନ୍ତାନର ଜନକ ହେଲେ ଆକାଶ, ଶ୍ଳୋକା

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରଜିର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ପରିବାରକୁ ନବଜାତକଙ୍କ ପ୍ରବେଶ ହୋଇଛି। ଏବେ ମୁକେଶ ଏବଂ ନୀତା ଅମ୍ବାନୀ ଜେଜେ ବାପା, ଜେଜେ ମା ହୋଇଯାଇଛନ୍ତି। ମୁକେଶଙ୍କ ପୁତ୍ର ଆକାଶ ଅମ୍ବାନୀ ଏବଂ ବୋହୁ ଶ୍ଲୋକା ମେହେଟ୍ଟା ଗୁରୁବାର ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ମୁକେଶ ଅମ୍ବାନୀ ନବଜାତକ ସହ ଫୋଟୋକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋକୋ ରାଜ୍ୟସଭା ସଦସ୍ୟ ଏବଂ ଉଦ୍ୟୋଗପତି ପରିମଳ ନାଥଓ୍ବାନି ନିଜର ଟୁଇଟର ହ୍ୟାଣ୍ଡେଲରେ ମଧ୍ୟ ଶେୟାର କରିଛନ୍ତି। ସୂଚନା ଯୋଗ୍ୟ, ଗତ ବର୍ଷ ମାର୍ଚ୍ଚରେ ଆକାଶ ଏବଂ ଶ୍ଲୋକାଙ୍କର ବିବାହ ହୋଇଥିଲା। ଏହି ୨ ଜଣ ସ୍କୁଲ ଫ୍ରେଣ୍ଡ ରହି ଆସିଛନ୍ତି। ଧୀରୁ ଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ସେମାନେ ଶିକ୍ଷା ଗ୍ରହଣ କରିଛନ୍ତି। ଶ୍ଲୋକା ଲଣ୍ଡନ ସ୍କୁଲ ଅଫ୍‌ ଇକୋନୋମିକ୍ସ ଏବଂ ପଲିଟିକାଲ ସାଇନ୍ସରୁ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି। ବିଜନେସ କ୍ଷେତ୍ର ସହ ସେ ସମାଜ ସେବା କ୍ଷେତ୍ରରେ ମଧ୍ୟ ଜଡିତ ଅଛନ୍ତି। ୨୦୧୫ରେ ସେ କନେକ୍ଟ ଫର ନାମରେ ଏକ ଏନ୍‌ଜିଓ ଆରମ୍ଭ କରିଥିଲେ। ଏହା ଶିକ୍ଷା, ଖାଦ୍ୟ ଯୋଗାଣ ଏବଂ ଘର ଉପଲବ୍ଧ କରାଇବା ଦିଗରେ କାମ କରୁଛି। ଆକାଶ ଏବଂ ଶ୍ଲୋକାଙ୍କ ପ୍ରିଓ୍ବେଡିଂ ସେଲିବ୍ରେଶନ ସେଣ୍ଟ ମ୍ୟାରିଟ୍‌ଜରେ ରଖାଯାଇଥିଲା। ଏହା ୩ ଦିନ ଧରି ଚାଲିଥିଲା। ଏଥିରେ ବଲିଉଡ ସମେତ ବହୁ ସେଲିବ୍ରିଟି ଯୋଗ ଦେଇଥିଲେ। ସୂଚନା ଯୋଗ୍ୟ, ମୁକେଶ ଅମ୍ବାନୀଙ୍କର ଆକାଶ ଏବେ ଜିଓରେ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri