ରାସ୍ତାରେ ପୁଅକୁ ଛାଡ଼ି ପଳାଇଲେ ମା’ ବାପା

ସୋର, ୨୨।୩(ଡି.ଏନ.ଏ.): ମା’ ବାପା ସହ ବାଇକରେ ଯାଉଥିଲେ ନାବାଳକ ପୁଅ। ହେଲେ ରାସ୍ତାରେ ଦମ୍ପତିଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଶେଷରେ ନିଜର ପୁଅକୁ ରାତି ଅଧରେ ରାସ୍ତା ଉପରେ ଛାଡି ମା’ ବାପା ନିଜ ନିଜ ବାଟରେ ଚାଲିଗଲେ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ଛକ ନିକଟରେ। ନାବାଳକ ଜଣକ ନିରୁପାୟ ହୋଇ ଏଣେତେଣେ କାନ୍ଦି ବୁଲୁଥିବା ବେଳେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ସୋର ଥାନା ଏଏସ୍‌ଆଇ କେଶବ ବେଶ୍ରା ପହଞ୍ଚି ନାବାଳକଙ୍କୁ ଉଦ୍ଧାର କରି ଖଇରା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛନ୍ତି।
ପ୍ରଥମେ ବାପା ମା’ ଓ ପୁଅକୁ ଛାଡି କେଉଁଆଡେ ଚାଲିଯାଇଥିଲେ। ପରେ ମହିଳାଜଣକ ଅନ୍ୟ ଏକ ବାଇକରେ କେଉଁଆଡ଼େ ପଳାଇ ଯାଇଥିଲେ। ନାବାଳକଜଣକ ପୋଲିସକୁ ପରିଚୟ କହିପାରୁ ନ ଥିବାରୁ ଖଇରା ଚାଇଲ୍ଡଲାଇନକୁ ଖବର ଦିଆଯାଇଥିଲା। ମଙ୍ଗଳବାର ସକାଳେ ଖଇରା ଚାଇଲ୍ଡଲାଇନ ସଦସ୍ୟ ପଞ୍ଚାନନ ତ୍ରିପାଠୀ ଏବଂ ଜ୍ୟୋତି ପ୍ରକାଶ କର ନାବାଳକଙ୍କୁ ନେଇ ବାଲେଶ୍ୱର ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri