Posted inଜାତୀୟ

ଗର୍ଲଫ୍ରେଣ୍ଡଙ୍କ ସହ କଥା ହେବାକୁ ବାପା ମନା କରିବାରୁ ପୁଅ ନେଲେ ଏମିତି ନିଷ୍ପତ୍ତି

କାନପୁର,୬।୭: ଉତ୍ତରପ୍ରଦେଶର ଅରୈୟାଠାରେ ଜଣେ ପୁଅ ନିଜ ବାପାଙ୍କୁ ର୍ନିଦ୍ଦୟ ଭାବରେ ହତ୍ୟା କରିଛନ୍ତି। ବାପାଙ୍କ ଏକମାତ୍ର ଦୋଷ ଥିଲା ଯେ, ସେ ତାଙ୍କ ପୁଅର ପ୍ରେମ ସମ୍ପର୍କକୁ ବିରୋଧ କରିଥିଲେ। ଏହି ଘଟଣା ଅରୈୟାର ଅଜିତମଲ କୋଟୱାଲିର ଭିକେପୁରରୁ ଆସିଛି। ଏଠାରେ ଅରବିନ୍ଦ କୁମାର ତାଙ୍କ ପରିବାର ସହିତ ରୁହନ୍ତି। ଅରବିନ୍ଦଙ୍କର ୧୧ ସନ୍ତାନ, ସେମାନଙ୍କ ମଧ୍ୟରୁ ୧୦ ଜଣ ପୁଅ ଏବଂ ଗୋଟିଏ ଝିଅ। ଅରବିନ୍ଦଙ୍କ ପଞ୍ଚମ ପୁଅ ଶିବମ ଏକ ଝିଅ ସହିତ ପ୍ରେମ ସମ୍ପର୍କ ରଖିଥିଲେ। ବାପା ଏହାକୁ ବିରୋଧ କରୁଥିଲେ। ଏହି କାରଣରୁ ବାପ ଏବଂ ପୁଅଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଅଭିଯୁକ୍ତଙ୍କ ଭାଇ ପ୍ରଦୀପ କହିଛନ୍ତି ଯେ, ଚାରି ଦିନ ପୂର୍ବରୁ ବାପା ଶିବମଙ୍କୁ ପ୍ରେମିକାଙ୍କ ସହ କଥା ନ ହେବାକୁ କହିଥିଲେ। ଏଥିରେ ରାଗିଯାଇଥିଲେ ଶିବମ। ସୋମବାର ବିଳମ୍ବିତ ରାତିରେ ଶୋଇଥିବା ପିତାଙ୍କୁ ନିକଟସ୍ଥ ମନ୍ଦିରରୁ ତ୍ରିଶୁଳ ଆଣି ଭୁଷି ଦେଇଥିଲେ। ଅରବିନ୍ଦ ଚିତ୍କାର କରିବାକୁ ଲାଗିଲେ। ଚିତ୍କାରର ଶବ୍ଦ ଶୁଣି ଘରର ସମସ୍ତ ସଦସ୍ୟ ଦୌଡ଼ିଯାଇ ଦେକତ୍ବାରୁ ଯେ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ।
ସଙ୍ଗେ ସଙ୍ଗେ ଅରବିନ୍ଦଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଜିତମାଲକୁ ଅଣାଯାଇଥିଲା। ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁରା ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଜିତମଲ କୋଟୱାଲୀ ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ଅଭିଯୁକ୍ତ ଶିବମଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri