Posted inଜାତୀୟ

ଗର୍ଲଫ୍ରେଣ୍ଡଙ୍କ ସହ କଥା ହେବାକୁ ବାପା ମନା କରିବାରୁ ପୁଅ ନେଲେ ଏମିତି ନିଷ୍ପତ୍ତି

କାନପୁର,୬।୭: ଉତ୍ତରପ୍ରଦେଶର ଅରୈୟାଠାରେ ଜଣେ ପୁଅ ନିଜ ବାପାଙ୍କୁ ର୍ନିଦ୍ଦୟ ଭାବରେ ହତ୍ୟା କରିଛନ୍ତି। ବାପାଙ୍କ ଏକମାତ୍ର ଦୋଷ ଥିଲା ଯେ, ସେ ତାଙ୍କ ପୁଅର ପ୍ରେମ ସମ୍ପର୍କକୁ ବିରୋଧ କରିଥିଲେ। ଏହି ଘଟଣା ଅରୈୟାର ଅଜିତମଲ କୋଟୱାଲିର ଭିକେପୁରରୁ ଆସିଛି। ଏଠାରେ ଅରବିନ୍ଦ କୁମାର ତାଙ୍କ ପରିବାର ସହିତ ରୁହନ୍ତି। ଅରବିନ୍ଦଙ୍କର ୧୧ ସନ୍ତାନ, ସେମାନଙ୍କ ମଧ୍ୟରୁ ୧୦ ଜଣ ପୁଅ ଏବଂ ଗୋଟିଏ ଝିଅ। ଅରବିନ୍ଦଙ୍କ ପଞ୍ଚମ ପୁଅ ଶିବମ ଏକ ଝିଅ ସହିତ ପ୍ରେମ ସମ୍ପର୍କ ରଖିଥିଲେ। ବାପା ଏହାକୁ ବିରୋଧ କରୁଥିଲେ। ଏହି କାରଣରୁ ବାପ ଏବଂ ପୁଅଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଅଭିଯୁକ୍ତଙ୍କ ଭାଇ ପ୍ରଦୀପ କହିଛନ୍ତି ଯେ, ଚାରି ଦିନ ପୂର୍ବରୁ ବାପା ଶିବମଙ୍କୁ ପ୍ରେମିକାଙ୍କ ସହ କଥା ନ ହେବାକୁ କହିଥିଲେ। ଏଥିରେ ରାଗିଯାଇଥିଲେ ଶିବମ। ସୋମବାର ବିଳମ୍ବିତ ରାତିରେ ଶୋଇଥିବା ପିତାଙ୍କୁ ନିକଟସ୍ଥ ମନ୍ଦିରରୁ ତ୍ରିଶୁଳ ଆଣି ଭୁଷି ଦେଇଥିଲେ। ଅରବିନ୍ଦ ଚିତ୍କାର କରିବାକୁ ଲାଗିଲେ। ଚିତ୍କାରର ଶବ୍ଦ ଶୁଣି ଘରର ସମସ୍ତ ସଦସ୍ୟ ଦୌଡ଼ିଯାଇ ଦେକତ୍ବାରୁ ଯେ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ।
ସଙ୍ଗେ ସଙ୍ଗେ ଅରବିନ୍ଦଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଜିତମାଲକୁ ଅଣାଯାଇଥିଲା। ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁରା ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଜିତମଲ କୋଟୱାଲୀ ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ଅଭିଯୁକ୍ତ ଶିବମଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri