ଉମରକୋଟ,୧୭ା୬(ସନ୍ତୋଷ ଶତପଥୀ)ପୁଅ କରିଥିଲା ଧର୍ମ ପରିବର୍ତ୍ତନ। ତେଣୁ ତାଙ୍କ ବାପାଙ୍କ ମୃତ୍ୟୁ ପରେ ହିନ୍ଦୁ ଶ୍ମଶାନରେ ସତ୍କାର କରିବାକୁ ମିଳିଲାନି ଅନୁମତି। ଏପରି ଏକ ସମ୍ବେଦନଶୀଳ ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ବେହେଡ଼ା ପଞ୍ଚାୟତ ସିଉନାଗୁଡ଼ା ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଥିଲା। ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ବୁର୍ଜା ଗ୍ରାମ ନିକଟ ଏକ ସ୍ଥାନରେ ମୃତଦେହ ସତ୍କାର କରାଯିବ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନାନୁଯାୟୀ, ଉମରକୋଟ ଥାନା ଅଧୀନ ସିଉନାଗୁଡ଼ା ଗ୍ରାମର ଡମୁ ସାନ୍ତା(୫୫)ଙ୍କର ଶୁକ୍ରବାର ସକାଳେ ମୃତ୍ୟୁ ହୋଇଥିଲା। ମୃତକଙ୍କ ସାନପୁଅ ହିନ୍ଦୁ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିଲେ। ଡମୁ ସାନପୁଅଙ୍କ ନିକଟରେ ରହୁଥିଲେ। ତେଣୁ ତାଙ୍କ ମୃତ୍ୟୁପରେ ଗ୍ରାମବାସୀ ଡମୁଙ୍କ ମୃତଦେହକୁ ହିନ୍ଦୁ ଶ୍ମଶାନରେ ସତ୍କାର କରିବା ସୁଯୋଗ ଦେଇ ନ ଥିଲେ। ଖବର ସଂଗ୍ରହ କରିବାକୁ ଖବରଦାତାମାନେ ସେଠାକୁ ଯାଇଥିଲେ ମଧ୍ୟ ଗ୍ରାମବାସୀ ତାଙ୍କୁ ଗାଁ ଭିତରେ ପୂରାଇ ଦେଇ ନ ଥିଲେ। ଆପୋସ ବୁଝାମଣାରେ ଘଟଣା ସମାଧାନ କରାଯିବ କହି ଗ୍ରାମବାସୀ ଖବରଦାତାଙ୍କୁ ଫେରାଇ ଦେଇଥିଲେ। ତେବେ ଅପରାହ୍ନ ୪ଟା ସୁଦ୍ଧା ଘଟଣାର କୌଣସି ସମାଧାନ ନ ହେବାରୁ ମୃତକଙ୍କ ପରିବାର ଲୋକେ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ଉମରକୋଟ ଥାନା କର୍ମଚାରୀ ଓ ତହସିଲଦାର ତୁଳା ମୁଦୁଲି ସିଉନାଗୁଡା ଗ୍ରାମରେ ପହଞ୍ଚତ୍ଥିଲେ। ସେମାନେ ସେମାନେ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ବୁର୍ଜା ଗାଁ ନିକଟ ଏକ ସ୍ଥାନରେ ରାତି ଭିତରେ ମୃତଦେହ ସତ୍କାର କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଉମରକୋଟ ଥାନା ଅଧୀନରେ ଏଥିପୂର୍ବରୁ ଅନୁରୂପ ୨ଟି ଘଟଣା ଘଟିଥିବା ବେଳେ ଏହା ତୃତୀୟ ଘଟଣା।
Posted inHome, Home Left, ଆମ ଜିଲା ଖବର, ନବରଙ୍ଗପୁର View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

