କୋମା ଅବସ୍ଥାରେ କୁନିପୁଅକୁ ନେଇ ବଡ଼ଦାଣ୍ଡକୁ ଧାଇଁ ଆସିଥିଲେ ବାପା, ଗୁହାରି ଶୁଣିଲା କାଳିଆ

ପୁରୀ, ୨୨।୧୧: ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ। ମୁଁ ତୁମ ସିଂହଦ୍ୱାର ସାମ୍ନାରେ ବସିଛି। ନିଜ ପୁଅର ମଙ୍ଗଳ କାମନା କରି ରାଜସ୍ଥାନରୁ ଦୌଡ଼ି ଆସିଥିବା ଜଣେ ଶ୍ରଦ୍ଧାଳୁ କାଳିଆ ଶରଣରେ ପଶି ଏପରି କହିଛନ୍ତି। ଗତ ୮ ତାରିଖରେ ରାଜସ୍ଥାନରୁ କୋମା ଅବସ୍ଥାରେ ଛୁଆକୁ ବାପା ପ୍ରକାଶ ଭୋଇ ଶ୍ରୀମନ୍ଦିର ଆଣିଥିଲେ । ସେଠାରେ ବାଇଶି ପାହାଚ ପାଖେ ପୁଅ ନିଖିଲକୁ ଗଡାଇ ଦେଇଥିଲେ। ମହାପ୍ରଭୁଙ୍କ ଠାରେ ଶରଣ ପଶିବା ପରେ ଏବେ କୁନିପୁଅଟି ଧିରେ ସୁସ୍ଥ ହୋଇଛି।

ପୁଅର ନୂଆ ଜୀବନ ପାଇଁ ସିଂହ ଦୁଆରେ ହାତ ପତେଇଥିଲା ବାପା । ମାସଟେ ବି ପୂରିନି, ହଟିଆ ଠାକୁର ପୁଣି ତା ଲୀଳା ଦେଖାଇଛି । ଆଉ କୋମାରେ ଥିବା ପୁଅକୁ ଚଳପ୍ରଚଳ ହେବା ପାଇଁ ତା’ ଦେହରେ ଶକ୍ତି ଭରି ଦେଇଛି କାଳିଆ। ଡାକ୍ତରମାନେ ସବୁ ନିରାଶ କରିଦେଇଥିଲେ। ହେଲେ, କଥାରେ ଅଛି ନା, ଯୋଉଠି ଡାକ୍ତରୀ ପାଠ ହାରିଯାଏ ସେଇଠି ସାହା ହୁଏ ଜଗତର ଠାକୁର ଜଗନ୍ନାଥ। ତା’ ପାଖରେ ଶରଣ ପଶିଲେ କୋଉ ଭକ୍ତ ବି ନିରାଶ ହୋଇ ଫେରେନି। ଆଉ ଆଜି ବି ନିରାଶ ହୋଇନି ଏ ବାପା । କାଳିଆ ସାଆନ୍ତ ଆଉ ପୁରୀ ଠାକୁରଙ୍କ ମହିମା ଉପରେ ଭରସା କରି ରାଜସ୍ଥାନରୁ ଧାଇଁ ଆସିଥିଲେ । କିଛି ଦିନ ତଳେ ସିଂହଦ୍ୱାର ସାମ୍ନାରେ ବସି ଭୋ ଭୋ ହୋଇ କାନ୍ଦୁଥିଲେ। ଆଉ ୮ ବର୍ଷର ପୁଅକୁ ଭଲ କରି ଦେବା ପାଇଁ ଗୁହାରି କରିଥିଲେ। କେଇଟା ଦିନ ଭିତରେ କାଳିଆ ବଡ଼ ଚମତ୍କାର ଦେଖାଇଦେଇଛନ୍ତି । ଆଉ ଆଜି କୋମାରେ ଥିବା ୮ ବର୍ଷର ପୁଅ ଚଳପ୍ରଚଳ କରିପାରୁଛି । ଆଉ ପୁଅ ଶରୀରରେ ଏ ପରିବର୍ତ୍ତନ ଦେଖି ବାପାଙ୍କ ଆଖି ଛଳଛଳ ହେଇଯାଇଛି । କାଳିଆ ଠାକୁର ଆଗରେ ନତମସ୍ତକ ହେଇ ପୁଅକୁ ବଡ଼ଦାଣ୍ଡରେ ଗଡାଇ ଦେଇଛନ୍ତି । ପୁଅକୁ ଚଳପ୍ରଚଳ କରୁଥିବା ଦେଖି ତାଙ୍କର ମନ ଭରିଯାଇଛି ଆଉ ବଡ଼ ଦେଉଳକୁ ସେ ଚାହିଁ ଠାକୁରକୁ ମନେ ମନେ ଧନ୍ୟବାଦ ଦେଉଛନ୍ତି । ପୁଅକୁ ଭଲ କରି ଦେବା ପାଇଁ ନିଜକୁ ଋଣି ବୋଲି ସେ ତାଙ୍କ ଆଗରେ ନିଜକୁ ସମର୍ପଣ କରିଦେଇଛନ୍ତି । ସତରେ କାଳିଆ ତୁ ଲୀଳାମୟ, ତୁ ଜଗତ ଠାକୁର ତୋ’ ଭକ୍ତଙ୍କ ପାଇଁ ତୋ ମହିମା ଅବର୍ଣ୍ଣନୀୟ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri