କୋମା ଅବସ୍ଥାରେ କୁନିପୁଅକୁ ନେଇ ବଡ଼ଦାଣ୍ଡକୁ ଧାଇଁ ଆସିଥିଲେ ବାପା, ଗୁହାରି ଶୁଣିଲା କାଳିଆ

ପୁରୀ, ୨୨।୧୧: ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ। ମୁଁ ତୁମ ସିଂହଦ୍ୱାର ସାମ୍ନାରେ ବସିଛି। ନିଜ ପୁଅର ମଙ୍ଗଳ କାମନା କରି ରାଜସ୍ଥାନରୁ ଦୌଡ଼ି ଆସିଥିବା ଜଣେ ଶ୍ରଦ୍ଧାଳୁ କାଳିଆ ଶରଣରେ ପଶି ଏପରି କହିଛନ୍ତି। ଗତ ୮ ତାରିଖରେ ରାଜସ୍ଥାନରୁ କୋମା ଅବସ୍ଥାରେ ଛୁଆକୁ ବାପା ପ୍ରକାଶ ଭୋଇ ଶ୍ରୀମନ୍ଦିର ଆଣିଥିଲେ । ସେଠାରେ ବାଇଶି ପାହାଚ ପାଖେ ପୁଅ ନିଖିଲକୁ ଗଡାଇ ଦେଇଥିଲେ। ମହାପ୍ରଭୁଙ୍କ ଠାରେ ଶରଣ ପଶିବା ପରେ ଏବେ କୁନିପୁଅଟି ଧିରେ ସୁସ୍ଥ ହୋଇଛି।

ପୁଅର ନୂଆ ଜୀବନ ପାଇଁ ସିଂହ ଦୁଆରେ ହାତ ପତେଇଥିଲା ବାପା । ମାସଟେ ବି ପୂରିନି, ହଟିଆ ଠାକୁର ପୁଣି ତା ଲୀଳା ଦେଖାଇଛି । ଆଉ କୋମାରେ ଥିବା ପୁଅକୁ ଚଳପ୍ରଚଳ ହେବା ପାଇଁ ତା’ ଦେହରେ ଶକ୍ତି ଭରି ଦେଇଛି କାଳିଆ। ଡାକ୍ତରମାନେ ସବୁ ନିରାଶ କରିଦେଇଥିଲେ। ହେଲେ, କଥାରେ ଅଛି ନା, ଯୋଉଠି ଡାକ୍ତରୀ ପାଠ ହାରିଯାଏ ସେଇଠି ସାହା ହୁଏ ଜଗତର ଠାକୁର ଜଗନ୍ନାଥ। ତା’ ପାଖରେ ଶରଣ ପଶିଲେ କୋଉ ଭକ୍ତ ବି ନିରାଶ ହୋଇ ଫେରେନି। ଆଉ ଆଜି ବି ନିରାଶ ହୋଇନି ଏ ବାପା । କାଳିଆ ସାଆନ୍ତ ଆଉ ପୁରୀ ଠାକୁରଙ୍କ ମହିମା ଉପରେ ଭରସା କରି ରାଜସ୍ଥାନରୁ ଧାଇଁ ଆସିଥିଲେ । କିଛି ଦିନ ତଳେ ସିଂହଦ୍ୱାର ସାମ୍ନାରେ ବସି ଭୋ ଭୋ ହୋଇ କାନ୍ଦୁଥିଲେ। ଆଉ ୮ ବର୍ଷର ପୁଅକୁ ଭଲ କରି ଦେବା ପାଇଁ ଗୁହାରି କରିଥିଲେ। କେଇଟା ଦିନ ଭିତରେ କାଳିଆ ବଡ଼ ଚମତ୍କାର ଦେଖାଇଦେଇଛନ୍ତି । ଆଉ ଆଜି କୋମାରେ ଥିବା ୮ ବର୍ଷର ପୁଅ ଚଳପ୍ରଚଳ କରିପାରୁଛି । ଆଉ ପୁଅ ଶରୀରରେ ଏ ପରିବର୍ତ୍ତନ ଦେଖି ବାପାଙ୍କ ଆଖି ଛଳଛଳ ହେଇଯାଇଛି । କାଳିଆ ଠାକୁର ଆଗରେ ନତମସ୍ତକ ହେଇ ପୁଅକୁ ବଡ଼ଦାଣ୍ଡରେ ଗଡାଇ ଦେଇଛନ୍ତି । ପୁଅକୁ ଚଳପ୍ରଚଳ କରୁଥିବା ଦେଖି ତାଙ୍କର ମନ ଭରିଯାଇଛି ଆଉ ବଡ଼ ଦେଉଳକୁ ସେ ଚାହିଁ ଠାକୁରକୁ ମନେ ମନେ ଧନ୍ୟବାଦ ଦେଉଛନ୍ତି । ପୁଅକୁ ଭଲ କରି ଦେବା ପାଇଁ ନିଜକୁ ଋଣି ବୋଲି ସେ ତାଙ୍କ ଆଗରେ ନିଜକୁ ସମର୍ପଣ କରିଦେଇଛନ୍ତି । ସତରେ କାଳିଆ ତୁ ଲୀଳାମୟ, ତୁ ଜଗତ ଠାକୁର ତୋ’ ଭକ୍ତଙ୍କ ପାଇଁ ତୋ ମହିମା ଅବର୍ଣ୍ଣନୀୟ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri