Odisha Elections 2024

୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକିଦେଲେ ବାପା

ଚଣ୍ଡିଖୋଲ,୮ା୪(ଡି.ଏନ.ଏ.): ମାତ୍ର ୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକ୍ରିକରି ଦେଇଛନ୍ତି ବାପା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ବଡ଼ଚଣା ବ୍ଲକ ଶାସନ ପୁରୁଷୋତ୍ତମପୁରର ଆଦିବାସୀ ବସ୍ତି ଚମାରଖଟି ଗ୍ରାମରେ। ଏହି ଗ୍ରାମର ଘନ ସିକୁ ଓ ତାଙ୍କ ସ୍ତ୍ରୀ ସଙ୍ଗୀତା ସିକୁଙ୍କ ଗୋଟିଏ ପୁଅ ଓ ଦୁଇ ଝିଅ। ପୁଅ ବବୁଲଙ୍କ ବୟସ ୮ ବର୍ଷ ହେବ। ମାର୍ଚ୍ଚ ୩୦ ତାରିଖରେ ଘନ ପୁଅକୁ ନେଇ ଧର୍ମଶାଳା ଥାନା ଅନ୍ତର୍ଗତ ଆରୁହା ହାଟକୁ ଯାଇଥିଲେ। ସେଠାରେ ସେ ଜେନାପୁର ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେଇଥିଲେ। ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ୭ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ପଛରେ ଦେବେ ବୋଲି କହିଥିଲେ।
୬ ତାରିଖ ଗୁରୁବାର ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ହେବାରୁ ଏକଥା ପଦାକୁ ଆସିଛି। କେତେଜଣ ବ୍ୟକ୍ତି ଏ ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କରଙ୍କୁ ଜଣାଇବା ପରେ ସେ ତୁରନ୍ତ ଶିଶୁଟିକୁ ଉଦ୍ଧାର କରିବା ପାଇଁ ବଡ଼ଚଣା ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ବଡ଼ଚଣା ପୋଲିସ ଜେନାପୁର ଅଞ୍ଚଳରେ ପହଞ୍ଚତ୍ ଶିଶୁପୁତ୍ରଙ୍କୁ ଉଦ୍ଧାରକରି ଆଣି ତାଙ୍କ ମା’ଙ୍କ ଜିମା ଦେଇଥିବା ଜଣାପଡ଼ିଛି। ନିଶା ଖାଇବା ପାଇଁ ଘନ ଶିଶୁପୁତ୍ରକୁ ବିକ୍ରିକରି ଦେଇଥିଲେ ବୋଲି ଶିଶୁପୁତ୍ରଙ୍କ ମା’ ସଙ୍ଗୀତା ପୋଲିସ ଆଗରେ ପ୍ରକାଶ କରିଛନ୍ତି। କିନ୍ତୁ ପିଲା ବିକ୍ରିର କାରଣ ସମ୍ପର୍କରେ କେହି ମୁହଁ ଖୋଲୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri