ମଦ ନିଶାରେ ସ୍ତ୍ରୀଙ୍କ ସହ ବଚସା; ରାଗରେ କଅଁଳ ୩ ଛୁଆଙ୍କୁ କୂଅରେ ଫିଙ୍ଗି ହତ୍ୟା କଲେ ବାପା

ଟେନସା/ବଣାଇଁ,୧।୫(ଡି.ଏନ୍‌.ଏ./ସ୍ବ.ପ୍ର.): ମଦ ନିଶାରେ କଅଁଳ ୩ଶିଶୁକୁ କୂଅରେ ଫିଙ୍ଗି ହତ୍ୟା କରିଛି ବାପା। ଶନିବାର ରାତିରେ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କୁଲା ଗ୍ରାମରେ ଏପରି ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଖବର ପାଇ କୋଇଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗ ସହାୟତାରେ କୂଅ ମଧ୍ୟରୁ ଶିଶୁଙ୍କ ମୃତଦେହକୁ ଉଦ୍ଧାର କରିଛି । ଘଟଣାକୁ ନେଇ କୋଇଡା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ସୂଚନାନୁଯାୟୀ, କୋଇଡା ବ୍ଲକର ଡେଙ୍ଗୁଳା ପଞ୍ଚାୟତର କୁଲା ମୁଣ୍ଡା ବସ୍ତିରେ ରୁହନ୍ତି ପାଣ୍ଡୁ ମୁଣ୍ଡା(୨୧)। ସ୍ତ୍ରୀ ଧୋବଲି ମୁଣ୍ଡା(୨୦), ଝିଅ ସୀମା ମୁଣ୍ଡା (୫),ପୁଅ ରାଜୁ ମୁଣ୍ଡା,(୨)ଓ ଦୁଇ ମାସର ଝିଅକୁ ନେଇ ତାଙ୍କର ସଂସାର ଥିଲା। ହେଲେ ପାଣ୍ଡୁ ମଦ ପିଇ ମଝିରେ ମଝିରେ ସ୍ତ୍ରୀ ସହିତ ଝଗଡା କରୁଥିଲେ। ଶନିବାର କୋଇଡାରେ ହାଟ ଥିବାରୁ ପାଣ୍ଡୁ ମଦ ପିଇ ରାତିରେ ୧୦ଟାରେ ଘରକୁ ଫେରିଥିଲେ। ମଦ ନିଶାରେ ପାଣ୍ଡୁ ସ୍ତ୍ରୀ ଧୋବଲିଙ୍କ ସହିତ ଝଗଡା କରିଥିଲେ। ଏପରିକି ଏକ ଟାଙ୍ଗିଆରେ
ସ୍ତ୍ରୀଙ୍କୁ ମାରିବାକୁ ଗୋଡ଼ାଇବାରୁ ସ୍ତ୍ରୀ ନିକଟସ୍ଥ ଗ୍ରାମକୁ ଦୌଡ଼ି ପଳାଇ ଥିଲେ । ଏହାପରେ ସ୍ତ୍ରୀଙ୍କ ଉପରେ ଥିବା ରାଗକୁ ସୁଝାଇବାକୁ ଯାଇ ପାଣ୍ଡୁ ଘରେ ଶୋଇଥିବା ୩ ନିଷ୍ପାପ ଶିଶୁଙ୍କୁ ଗୋଟିଏ ପରେ ଗୋଟିଏ ଟେକି ନେଇ ନିକଟରେ ଥିବା ଏକ କୂଅକୁ ଫିଙ୍ଗି ଦେଇଥିଲେ। ସ୍ତ୍ରୀ ଧୋବଲି କିଛି ସମୟ ପରେ ଘରକୁ ଆସି ଛୁଆ ସବୁ ଘରେ ନ ଥିବା ଦେଖିବାକୁ ପାଇଥିଲେ। ବହୁତ ଖୋଜା ଖୋଜି କରିବା ପରେ ବିଛଣା ପଡ଼ିଥିବା ଦେଖି କୂଅ ନିକଟକୁ ଯାଇ ବଡ଼ ଝିଅ ଭାସୁଥିବା ଦେଖିଥିଲେ। ସେଠାରୁ ସେ ଦୌଡ଼ିଯାଇ ଦେଢ଼ଶୁରଙ୍କୁ ଜଣାଇବା ସହ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏ ସମ୍ପର୍କରେ ରବିବାର କୋଇଡା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସକୁ ଦେଖି ପାଣ୍ଡୁ ଫେରାର ହୋଇଯାଇଥିଲେ। ଏଣୁ ପୋଲିସ କୋଇଡାଅଗ୍ନିଶମ ବିଭାଗ ସହାୟତାରେ ଶିଶୁମାନଙ୍କର ମୃତଦେହକୁ ଜବତ କରିଛି। କୂଅରେ ଆନୁମାନିକ ୩୦ଫୁଟର ପାଣି ଥିବା ଅଗ୍ନିଶମ ବିଭାଗ ହାବିଲଦାର ସୁବାସ ରାଉତ ପ୍ରକାଶ କରିଛନ୍ତି । ତେବେ ଅଞ୍ଚଳରେ ମଦ୍ୟପାନ କାରଣରୁ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ପୋଲିସ ଜନ ସଚେତନତା ଜରିଆରେ କାର୍ଯ୍ୟ କଲେ କୌଣସି ସୁଫଳ ମିଳିବ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri