ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା। ତାଙ୍କୁ ଅଟକାଇ ନିସ୍ତୁକ ମାଡ଼ ମାରିଥିଲେ। ମୃତ ଝିଅକୁ ସଂସ୍କାର ପାଇଁ ନେଉଥିବା କହିଥିଲେ ମଧ୍ୟ ଲୋକେ କିଛି ଶୁଣି ନ ଥିଲେ। ସୋମବାର ଖଣ୍ଡଗିରି ଥାନା ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଲୋକଙ୍କ କବଳରୁ ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲା। ଉଭୟଙ୍କୁ ପଚରାଉଚରା ପରେ ପ୍ରକୃତ ଘଟଣା ଜଣାପଡିଥିଲା। ସେମାନେ ମୃତ ଶିଶୁକନ୍ୟାର ମେଡିକାଲ ରିପୋର୍ଟ ଦେଖାଇବା ପରେ ପୋଲିସ ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ପାଇଁ ବ୍ୟବସ୍ଥା କରିଥିଲା। ଆକ୍ରମଣର ଶିକାର ବ୍ୟକ୍ତି ଜଣକ ହେଲେ ଆଇଗିଣିଆ ସୁବାସନଗର ବସ୍ତିରେ ରହୁଥିବା ଗଞ୍ଜାମର ସନ୍ତୋଷ ସାହୁ। ସେମାନେ ଆଇଗିଣିଆ ଅଞ୍ଚଳରେ ରହି ଦିନମଜୁରିଆ କାମ କରି ପରିବାର ଚଳାନ୍ତି। ୨ ଝିଅଙ୍କ ମଧ୍ୟରୁ ୮ ମାସର ଶିଶୁକନ୍ୟାର ଦେହ ଅସୁସ୍ଥ ଥିଲା। ଗୁରୁତର ହେବାରୁ ସୋମବାର ତାଙ୍କୁ ବାପା ଓ ମା ଚିକିତ୍ସା ଲାଗି କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ହେଲେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ତେଣୁ ଅନ୍ତିମ ସଂସ୍କାର କେଉଁଠି କରିବେ ତାହାକୁ ନେଇ ଚିନ୍ତିତ ଥିଲେ। ଅଳ୍ପଦିନ ହେବ ଗାଁରୁ ଆସିଥିବାରୁ ଭୁବନେଶ୍ୱର ବିଷୟରେ ବେଶି କିଛି ଜାଣି ନ ଥିଲେ। ତେଣୁ ଅନ୍ତିମ ସଂସ୍କାର ଲାଗି ହସ୍ପିଟାଲରୁ ଉଭୟ ସ୍ବାମୀ ଓ ସ୍ତ୍ରୀ ମୃତ ଶିଶୁକନ୍ୟାକୁ ଧରି ରହୁଥିବା ଘରକୁ ନେଉଥିଲେ। ପରେ ମୃତଦେହକୁ ବ୍ୟାଗ୍‌ରେ ରଖି ନଦୀପଠାରେ ପୋତିବାକୁ ଯାଉଥିବାବେଳେ ଖଣ୍ଡଗିରି ମଦ ଦୋକାନ ନିକଟରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri