ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା। ତାଙ୍କୁ ଅଟକାଇ ନିସ୍ତୁକ ମାଡ଼ ମାରିଥିଲେ। ମୃତ ଝିଅକୁ ସଂସ୍କାର ପାଇଁ ନେଉଥିବା କହିଥିଲେ ମଧ୍ୟ ଲୋକେ କିଛି ଶୁଣି ନ ଥିଲେ। ସୋମବାର ଖଣ୍ଡଗିରି ଥାନା ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଲୋକଙ୍କ କବଳରୁ ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲା। ଉଭୟଙ୍କୁ ପଚରାଉଚରା ପରେ ପ୍ରକୃତ ଘଟଣା ଜଣାପଡିଥିଲା। ସେମାନେ ମୃତ ଶିଶୁକନ୍ୟାର ମେଡିକାଲ ରିପୋର୍ଟ ଦେଖାଇବା ପରେ ପୋଲିସ ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ପାଇଁ ବ୍ୟବସ୍ଥା କରିଥିଲା। ଆକ୍ରମଣର ଶିକାର ବ୍ୟକ୍ତି ଜଣକ ହେଲେ ଆଇଗିଣିଆ ସୁବାସନଗର ବସ୍ତିରେ ରହୁଥିବା ଗଞ୍ଜାମର ସନ୍ତୋଷ ସାହୁ। ସେମାନେ ଆଇଗିଣିଆ ଅଞ୍ଚଳରେ ରହି ଦିନମଜୁରିଆ କାମ କରି ପରିବାର ଚଳାନ୍ତି। ୨ ଝିଅଙ୍କ ମଧ୍ୟରୁ ୮ ମାସର ଶିଶୁକନ୍ୟାର ଦେହ ଅସୁସ୍ଥ ଥିଲା। ଗୁରୁତର ହେବାରୁ ସୋମବାର ତାଙ୍କୁ ବାପା ଓ ମା ଚିକିତ୍ସା ଲାଗି କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ହେଲେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ତେଣୁ ଅନ୍ତିମ ସଂସ୍କାର କେଉଁଠି କରିବେ ତାହାକୁ ନେଇ ଚିନ୍ତିତ ଥିଲେ। ଅଳ୍ପଦିନ ହେବ ଗାଁରୁ ଆସିଥିବାରୁ ଭୁବନେଶ୍ୱର ବିଷୟରେ ବେଶି କିଛି ଜାଣି ନ ଥିଲେ। ତେଣୁ ଅନ୍ତିମ ସଂସ୍କାର ଲାଗି ହସ୍ପିଟାଲରୁ ଉଭୟ ସ୍ବାମୀ ଓ ସ୍ତ୍ରୀ ମୃତ ଶିଶୁକନ୍ୟାକୁ ଧରି ରହୁଥିବା ଘରକୁ ନେଉଥିଲେ। ପରେ ମୃତଦେହକୁ ବ୍ୟାଗ୍‌ରେ ରଖି ନଦୀପଠାରେ ପୋତିବାକୁ ଯାଉଥିବାବେଳେ ଖଣ୍ଡଗିରି ମଦ ଦୋକାନ ନିକଟରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri