ସଂଘବଦ୍ଧ ଆକ୍ରମଣରେ ବାପାଙ୍କୁ ମାରିଥିଲେ, ଏବେ ଟାର୍ଗେଟ୍‌ରେ ପୁଅ

ଜୟପୁର,୪।୧୦(ନି.ପ୍ର.) : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ କଳସହାଣ୍ଡି ଗାଁରେ। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ ଶକ୍ତିରଞ୍ଜନ ପୂଜାରୀ। ଶକ୍ତିଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ତାଙ୍କ ମା’ ଜୟପୁର ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅନ୍ୟପଟେ ପୋଲିସ ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଜାରି ରଖିଛି। ଏପରିକି ଶକ୍ତିଙ୍କ ମା’ଙ୍କ ଅଭିଯୋଗ ଅନୁସାରେ ତଦନ୍ତକରି ତିନି ଜଣଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛ। ଏହି ଆକ୍ରମଣରେ ଜୟପୁର ବ୍ଲକ ଅନ୍ତା ଗ୍ରାମ ପଞ୍ଚାୟତର ସମିତିସଭ୍ୟ ରାଜା ମଣ୍ଡଳ, ତାଙ୍କ ବଡଭାଇ ସୁକାନ୍ତ ମଣ୍ଡଳ ଓ କଳସାହାଣ୍ଡି ଗାଁର ମନୋ ହରିଜନଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ପରେ ପୋଲିସ ସେମାନଙ୍କୁ ଅଟକ ରଖି ପଚରାଉଚରା କରିଛି। ଏପରିକି ୨୦୧୫ ମସିହାରେ ଶକ୍ତିଙ୍କ ବାପାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଣି ପୁଅକୁ ଟାର୍ଗେଟ କରିଥିବା ନେଇ ପରିବାର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି । ଏ ନେଇ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜୟପୁର ସଦର ଥାନା ଅଧିକାରୀ ଈଶ୍ୱର ତାଣ୍ଡି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?