ନିଜ ଜନ୍ମକଲା ଝିଅଙ୍କୁ ଡରାଇ, ଧମକାଇ ଘରେ କରିଥିଲେ ବଳାତ୍କାର; ସଇତାନ ବାପାଙ୍କୁ ଏଭଳି ଦଣ୍ଡ ଦେଲେ…

ବ୍ରହ୍ମପୁର, ୩୦।୫(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସ ବିଚାରପତି ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ତଥା ପିଡ଼ିତାଙ୍କ ବାପାକୁ ଉପଯୁକ୍ତ ପ୍ରମାଣ ଆଧାରରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ଅନ୍ୟତମ ଅଭିଯୁକ୍ତ ତଥା ପିଡ଼ିତାଙ୍କ ତୃତୀୟ ମା’ଙ୍କ ଭାଇକୁ ବିଚାରପତି ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।

ସୂଚନାନୁଯାୟୀ, ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ରହୁଥିବା ଜଣେ ନାବାଳିକା ଅଙ୍ଗନଓ୍ବାଡି କେନ୍ଦ୍ରରୁ ଅଣ୍ଡା ଆଣିବାକୁ ଯାଉଥିବା ବେଳେ ଦୁଇଜଣ ଲୋକ ତାଙ୍କୁ ଟାଣି ନେବା ଯୋଗୁ ସେ ଚିତ୍କାର କରିଥିଲେ। ଗାଁ ଲୋକ ରୁଣ୍ଡ ହୋଇ ଦେଖିବା ବେଳେ ସେ ଦୁଇଜଣ ଲୋକ ନାବାଳିକାଙ୍କ ବାପା ଓ ତୃତୀୟ ମା’ଙ୍କ ଭାଇ ବୋଲି ଜଣାପଡିଥିଲା। ସେମାନେ ସ୍ବାସ୍ଥ୍ୟ ଖରାପ ଥିବାରୁ ଝିଅକୁ ନେଉଥିବା କହି ସେଠାରୁ ପଳାଇଥିଲେ। ରାତିରେ ଉକ୍ତ ପିଡ଼ିତାଙ୍କୁ ତାଙ୍କ ବାପା ଭୟଭୀତ କରି ଘର ଭିତରେ ବଳାତ୍କାର କରିଥିଲେ। ଏନେଇ ନାବାଳିକା ତାଙ୍କ ପ୍ରଥମ ମା’ଙ୍କ ଭାଇ ଅର୍ଥାତ୍‌ ମାମୁ ଓ ମାଇଁଙ୍କୁ ଜଣାଇବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୯୨/୨୩ ରେ ପିଡ଼ିତାଙ୍କ ବାପାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ଅଭିଯୁକ୍ତ ମାମୁଙ୍କୁ ମଧ୍ୟ ଗିରଫ କରିଥିଲା। କିଛିଦିନ ପରେ ମାମୁଙ୍କୁ ଜାମିନ ମିଳିଥିଲା। ମାମଲାର ବିଚାର ବେଳେ ୮ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ବିଚାରପତି ମାମଲାର ବିଚାର କରୁଥିବା ବେଳେ ପ୍ରମାଣ ମିଳିଥିବାରୁ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri