ପୁଅ ପାଇଁ କନ୍ୟା ଦେଖିବାକୁ ଯାଇଥିଲେ ବାପା: ଘରକୁ ଆସି ଦେଖିଲାବେଳକୁ ପାଦ ତଳୁ ଖସିଗଲା ମାଟି

ଢାକା,୨୫।୭: ବାଂଲାଦେଶରେ ସଂରକ୍ଷଣକୁ ନେଇ ହିଂସାତ୍ମକ ପ୍ରତିବାଦରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ କିଛି ଲୋକ ଅଛନ୍ତି, ଯାହାଙ୍କ ମୃତଦେହକୁ ଚିହ୍ନିବା କଷ୍ଟକର। ମୃତକଙ୍କ ପରିବାର ସଦସ୍ୟ ତଥାପି ଆଶା କରୁଛନ୍ତି ଯେ ପୁଅ ଫେରିବେ। ବାଂଲାଦେଶୀ ବାସିନ୍ଦା ଅବଦୁର ରଜାକଙ୍କ ପୁଅଙ୍କ ସହ ସମାନ ଘଟଣା ଘଟିଛି। ଅବଦୁର ରଜାକ କାନ୍ଦି କାନ୍ଦି କୁହନ୍ତି, ମୁଁ ମୋ ପୁଅର ବିବାହ ପାଇଁ ଏକ ଝିଅ ଦେଖିବାକୁ ଯାଇଥିଲି, କିନ୍ତୁ ମୁଁ ଘରକୁ ଫେରିବା ପରେ ଜାଣିଲି ଯେ ମୋ ପୁଅ ଏହି ଦୁନିଆରେ ଆଉ ନାହିଁ। ସଂରକ୍ଷଣ ବିରୋଧୀ ଆନ୍ଦୋଳନ ସମୟରେ ରଜାକଙ୍କ ଏକମାତ୍ର ପୁଅ ହିଂସାର ଶିକାର ହୋଇଥିଲେ।
୨୭ ବର୍ଷୀୟ ହସିବ ଇକବାଲ ଏକ ଘରୋଇ ଅନୁଷ୍ଠାନରେ କାମ କରୁଥିଲେ। ସେ ନମାଜ ପଢିବା ପାଇଁ ଢାକାର ମୀରପୁର ଅଞ୍ଚଳରେ ନିଜ ଘରୁ ବାହାରିଥିଲେ। ପିତା ରଜାକ କହିଛନ୍ତି, ମୋତେ ମଧ୍ୟ ମୋ ପୁଅ ସହ ନମାଜ ପାଠ କରିବାର ଥିଲା, କିନ୍ତୁ କିଛି ବିଳମ୍ବ ହେତୁ ସେ ଏକୁଟିଆ ମସଜିଦକୁ ଚାଲିଗଲେ। ନମାଜ ପାଠ ପରେ ଘରକୁ ଫେରିଥିଲେ, କିନ୍ତୁ ତାଙ୍କ ପୁଅ ଆସି ନ ଥିଲେ। ନମାଜ ପରେ ମୋ ପୁଅର ବିବାହ ପାଇଁ ମୋତେ ଏକ ଝିଅ ଦେଖିବାକୁ ଯିବାକୁ ପଡିଲା, ତେଣୁ ମୁଁ ମସଜିଦରୁ ଘରକୁ ଫେରିବା ପରେ ସେଠାକୁ ଗଲି।
ଇକବାଲ ତିନି ଘଣ୍ଟା ପରେ ମଧ୍ୟ ଘରକୁ ଫେରି ନ ଥିଲେ, ଚିନ୍ତା ବଢିବାରେ ଲାଗିଲା। ସାଢେ ୫ ଘଣ୍ଟା ଖୋଜାଖୋଜି କରିବା ପରେ ମଧ୍ୟ ପୁଅକୁ ମିଳିଲା ନାହିଁ। ପରେ ସନ୍ଧ୍ୟାରେ ତାଙ୍କ ମୃତ୍ୟୁ ଖବର ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri