ଝିଅଘରକୁ ଯାଇ ଆଉ ଫେରିଲେନି ବାପା

ଲାଞ୍ଜିଗଡ଼,୨୯।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବସନ୍ତପଡା ପଞ୍ଚାୟତ ନିୟମଗିରି ପାହାଡର ପାଦ ଦେଶର ଥିବା ବସନ୍ତ ପଡା ଗ୍ରାମର ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗରା ମାଝୀ(୫୭)। ସ୍ବର୍ଗତ ବାଙ୍ଗରା ରବିବାର ସାରେ ବସନ୍ତପଡା ଠାରୁ ପାହାଡିଆଚଲା ରାସ୍ତା ଦୁଇ କିମି ଦୂରରେ ଥିବା ନିକଟସ୍ଥ ଗାଁ ଡେଙ୍ଗସର୍ଗି ଝିଅ ଘରକୁ ଯାଉଥିଲେ। ହେଲେ ବାଙ୍ଗରା ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବା ଯୋଗୁ ସ୍ତ୍ରୀ ଓ ବନ୍ଧୁବାନ୍ଧବ ଲୋକେ ମିଶି ପ୍ରଥମେ ନିଜ ଝିଅ ଘର ଡଙ୍ଗସର୍ଗି ଯାଇ ପଚାରି ଥିଲେ। ପରେ ଖୋଜାଖୋଜି କରିବା ପରେ ରାତିରେ ଡେଙ୍ଗସର୍ଗି ଗାଁ ନିକଟରେ ଥିବା ଆମ୍ବ ଗଛ ତଳେ ବାଙ୍ଗେରାଙ୍କୁ ହାତୀ ଆକ୍ରମଣ କରିଥିବା ଦେଖିବାକୁ ପାଇଥିଲେ। ଗଛ ତଳେ ବାଙ୍ଗରା ପିନ୍ଧିଥିବା ଲୁଙ୍ଗି, ଗାମୁଛା, ଧରିଥିବା ଝୁଲି ମୁଣା ଓ ଟାଙ୍ଗିଆ ପଡିଥିଲା। ବାଙ୍ଗରାକୁ ହାତୀ ଘୋଷାରି ଘୋଷାରି ମାଡି ଚକଟି ଶରୀରର ବିଭିନ୍ନ ଅଂଶ କ୍ଷତ ବିକ୍ଷତ କରିଛି। ଏ ନେଇ ପରିବାର ଲୋକେ ଲାଞ୍ଜିଗଡ଼ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ସେମାନେ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଥିଲେ। ବର୍ତ୍ତମାନ ବନ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri