ଝିଅଘରକୁ ଯାଇ ଆଉ ଫେରିଲେନି ବାପା

ଲାଞ୍ଜିଗଡ଼,୨୯।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବସନ୍ତପଡା ପଞ୍ଚାୟତ ନିୟମଗିରି ପାହାଡର ପାଦ ଦେଶର ଥିବା ବସନ୍ତ ପଡା ଗ୍ରାମର ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗରା ମାଝୀ(୫୭)। ସ୍ବର୍ଗତ ବାଙ୍ଗରା ରବିବାର ସାରେ ବସନ୍ତପଡା ଠାରୁ ପାହାଡିଆଚଲା ରାସ୍ତା ଦୁଇ କିମି ଦୂରରେ ଥିବା ନିକଟସ୍ଥ ଗାଁ ଡେଙ୍ଗସର୍ଗି ଝିଅ ଘରକୁ ଯାଉଥିଲେ। ହେଲେ ବାଙ୍ଗରା ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବା ଯୋଗୁ ସ୍ତ୍ରୀ ଓ ବନ୍ଧୁବାନ୍ଧବ ଲୋକେ ମିଶି ପ୍ରଥମେ ନିଜ ଝିଅ ଘର ଡଙ୍ଗସର୍ଗି ଯାଇ ପଚାରି ଥିଲେ। ପରେ ଖୋଜାଖୋଜି କରିବା ପରେ ରାତିରେ ଡେଙ୍ଗସର୍ଗି ଗାଁ ନିକଟରେ ଥିବା ଆମ୍ବ ଗଛ ତଳେ ବାଙ୍ଗେରାଙ୍କୁ ହାତୀ ଆକ୍ରମଣ କରିଥିବା ଦେଖିବାକୁ ପାଇଥିଲେ। ଗଛ ତଳେ ବାଙ୍ଗରା ପିନ୍ଧିଥିବା ଲୁଙ୍ଗି, ଗାମୁଛା, ଧରିଥିବା ଝୁଲି ମୁଣା ଓ ଟାଙ୍ଗିଆ ପଡିଥିଲା। ବାଙ୍ଗରାକୁ ହାତୀ ଘୋଷାରି ଘୋଷାରି ମାଡି ଚକଟି ଶରୀରର ବିଭିନ୍ନ ଅଂଶ କ୍ଷତ ବିକ୍ଷତ କରିଛି। ଏ ନେଇ ପରିବାର ଲୋକେ ଲାଞ୍ଜିଗଡ଼ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ସେମାନେ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଥିଲେ। ବର୍ତ୍ତମାନ ବନ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri