Posted inଜାତୀୟ

ମା’ଅବୈଧ ସମ୍ପର୍କରେ ଥିଲେ ସନ୍ତାନର ହେପାଜତ ନେବେ ବାପା

ବେଙ୍ଗାଲୁରୁ, ୧୨।୨: ମା’ଙ୍କର ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଅବୈଧ ସମ୍ପର୍କ ଥିଲେ ସନ୍ତାନର ହେପାଜତ ବାପା ନେବେ ବୋଲି ଏକ ମାମଲାର ଶୁଣାଣିବେଳେ ଏକ ଫ୍ୟାମିଲି କୋର୍ଟଙ୍କ ରାୟକୁ କର୍ନାଟକ ହାଇକୋର୍ଟ କାଏମ କରିଛନ୍ତି। ଅନ୍ୟ ପୁରୁଷଙ୍କ ସହ ଅନୈତିକ ସମ୍ପର୍କ ରଖିବା ଯୋଗୁ ମହିଳାଜଣକ ନିଜ ପିଲାଙ୍କୁ ଅଣଦେଖା କରିବେ। ଏ ନେଇ ପିଲାର ଦାୟିତ୍ୱ ବାପା ନେବା ଉଚିତ୍‌ ବୋଲି ହାଇକୋର୍ଟ କହିଛନ୍ତି। ମାଟ୍ରିମୋନିଆଲ ସାଇଟ୍‌ରୁ ପରସ୍ପର ସହ ଭେଟିବା ପରେ ୨୦୧୧ରେ ଦୁଇ ଡାକ୍ତର ବାହାହୋଇଥିଲେ। ୨୦୧୫ରେ ସେମାନଙ୍କର ଏକ କନ୍ୟା ସନ୍ତାନ ଜନ୍ମ ନେଇଥିଲା। ବିବାହର କିଛିବର୍ଷ ପରେ ସେମାନଙ୍କ ମଧ୍ୟରେ ମତାନ୍ତର ଦେଖାଯାଇଥିଲା। ପରେ ସେମାନେ ଛାଡ଼ପତ୍ର ପାଇଁ କୋର୍ଟରେ ଆବେଦନ କରିଥିଲେ। ୨୦୧୮ରୁ ଶାଶୁଘର ଛାଡ଼ି ମହିଳାଜଣକ ବେଙ୍ଗାଲୁରୁରେ ଅନ୍ୟ ପୁରୁଷଙ୍କ ସହ ରହୁଥିଲେ। ଦମ୍ପତି ପେସାରେ ଡାକ୍ତର ହୋଇଥିବାବେଳେ ଦୁଇଜଣଯାକ ସେମାନଙ୍କ ପୂର୍ବତନ ପାର୍ଟନରଙ୍କଠାରୁ ଛାଡ଼ପତ୍ର ଆଣିଛନ୍ତି। ସ୍ତ୍ରୀଙ୍କର ଅନ୍ୟ ପୁରୁଷଙ୍କ ସହ ଅବୈଧ ସମ୍ପର୍କ ବିଷୟରେ ଜାଣିପାରି ତାଙ୍କ ସ୍ବାମୀ ଝିଅର ହେପାଜତ ପାଇଁ କୋର୍ଟରେ ଆଉ ଏକ ମାମଲା ଦାଏର କରିଥିଲେ। ୨୦୨୨ ମାର୍ଚ୍ଚ ୩ରେ କର୍ନାଟକ ଫ୍ୟାମିଲି କୋର୍ଟ ମାମଲାର ଶୁଣାଣି କରି ଝିଅର କଷ୍ଟଡି ବାପାଙ୍କୁ ଦେବା ଲାଗି ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶକୁ ମହିଳାଜଣକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଝିଅର ହେପାଜତ ବାପାଙ୍କୁ ଦେବା ଲାଗି କହିବା ପରେ କୋର୍ଟ ମହିଳାଙ୍କ ଅପିଲକୁ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri