Posted inଜାତୀୟ

ମା’ଅବୈଧ ସମ୍ପର୍କରେ ଥିଲେ ସନ୍ତାନର ହେପାଜତ ନେବେ ବାପା

ବେଙ୍ଗାଲୁରୁ, ୧୨।୨: ମା’ଙ୍କର ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଅବୈଧ ସମ୍ପର୍କ ଥିଲେ ସନ୍ତାନର ହେପାଜତ ବାପା ନେବେ ବୋଲି ଏକ ମାମଲାର ଶୁଣାଣିବେଳେ ଏକ ଫ୍ୟାମିଲି କୋର୍ଟଙ୍କ ରାୟକୁ କର୍ନାଟକ ହାଇକୋର୍ଟ କାଏମ କରିଛନ୍ତି। ଅନ୍ୟ ପୁରୁଷଙ୍କ ସହ ଅନୈତିକ ସମ୍ପର୍କ ରଖିବା ଯୋଗୁ ମହିଳାଜଣକ ନିଜ ପିଲାଙ୍କୁ ଅଣଦେଖା କରିବେ। ଏ ନେଇ ପିଲାର ଦାୟିତ୍ୱ ବାପା ନେବା ଉଚିତ୍‌ ବୋଲି ହାଇକୋର୍ଟ କହିଛନ୍ତି। ମାଟ୍ରିମୋନିଆଲ ସାଇଟ୍‌ରୁ ପରସ୍ପର ସହ ଭେଟିବା ପରେ ୨୦୧୧ରେ ଦୁଇ ଡାକ୍ତର ବାହାହୋଇଥିଲେ। ୨୦୧୫ରେ ସେମାନଙ୍କର ଏକ କନ୍ୟା ସନ୍ତାନ ଜନ୍ମ ନେଇଥିଲା। ବିବାହର କିଛିବର୍ଷ ପରେ ସେମାନଙ୍କ ମଧ୍ୟରେ ମତାନ୍ତର ଦେଖାଯାଇଥିଲା। ପରେ ସେମାନେ ଛାଡ଼ପତ୍ର ପାଇଁ କୋର୍ଟରେ ଆବେଦନ କରିଥିଲେ। ୨୦୧୮ରୁ ଶାଶୁଘର ଛାଡ଼ି ମହିଳାଜଣକ ବେଙ୍ଗାଲୁରୁରେ ଅନ୍ୟ ପୁରୁଷଙ୍କ ସହ ରହୁଥିଲେ। ଦମ୍ପତି ପେସାରେ ଡାକ୍ତର ହୋଇଥିବାବେଳେ ଦୁଇଜଣଯାକ ସେମାନଙ୍କ ପୂର୍ବତନ ପାର୍ଟନରଙ୍କଠାରୁ ଛାଡ଼ପତ୍ର ଆଣିଛନ୍ତି। ସ୍ତ୍ରୀଙ୍କର ଅନ୍ୟ ପୁରୁଷଙ୍କ ସହ ଅବୈଧ ସମ୍ପର୍କ ବିଷୟରେ ଜାଣିପାରି ତାଙ୍କ ସ୍ବାମୀ ଝିଅର ହେପାଜତ ପାଇଁ କୋର୍ଟରେ ଆଉ ଏକ ମାମଲା ଦାଏର କରିଥିଲେ। ୨୦୨୨ ମାର୍ଚ୍ଚ ୩ରେ କର୍ନାଟକ ଫ୍ୟାମିଲି କୋର୍ଟ ମାମଲାର ଶୁଣାଣି କରି ଝିଅର କଷ୍ଟଡି ବାପାଙ୍କୁ ଦେବା ଲାଗି ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶକୁ ମହିଳାଜଣକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଝିଅର ହେପାଜତ ବାପାଙ୍କୁ ଦେବା ଲାଗି କହିବା ପରେ କୋର୍ଟ ମହିଳାଙ୍କ ଅପିଲକୁ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?