ଟଳିଲା ବାତ୍ୟା ଭୟ, ଫେରିଲା ଶୀତ

ଭୁବନେଶ୍ୱର,୨୯ା୧୧(ବନ୍ଦନା ସେଠୀ): ମାଲାକ୍କା ଷ୍ଟ୍ରେଟ୍‌ରେ ସୃଷ୍ଟି ବାତ୍ୟା ‘ସେନୟାର’ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ କେନ୍ଦ୍ରୀଭୂତ ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ଏହାର ନଁା ରହିଛି ‘ଡିଟ୍‌ୱା’। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ସେତେଟା ପଡିବାର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନ ଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବାତ୍ୟା ‘ଡିଟ୍‌ଓ୍ବା’ ଶ୍ରୀଲଙ୍କା ଉପକୂଳ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦେଇ ଉତ୍ତର-ଉତ୍ତର ପଶ୍ଚିମ ଆଡକୁ ଗତି କରି ଉତ୍ତର ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ପଶ୍ଚିମ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ନଭେମ୍ବର ୩୦ ରବିବାର ଭୋର ସୁଦ୍ଧା ପହଞ୍ଚତ୍ବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶ୍ରୀଲଙ୍କା ସହ ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ଭୀଷଣ ବର୍ଷା ହେବ।
ଅପରପକ୍ଷେ ସପ୍ତାହେ ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ। ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଅନୁଗୋଳ ଓ ଝାରସୁଗୁଡାରେ ଶୀତ ଲହରି ଦେଖାଦେଇଛି। ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ନ୍ୟୁନତମ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ କମ୍‌ ରହିଛି। କନ୍ଧମାଳ ଜିଲା ଜି. ଉଦୟଗିରିରେ ଦିନକରେ ତାପମାତ୍ରା ୨ଡିଗ୍ରୀ ହ୍ରାସ ପାଇ ୫.୪ ଡିଗ୍ରୀରେ ପହଞ୍ଚତ୍ବାବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଆଦି ଜିଲାର କିଛି ସ୍ଥାନରେ ଘନ କୁହୁଡି ହେବା ନେଇ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?