ବାତ୍ୟା ଭୟ ଟଳିଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ଫଳରେ ଓଡ଼ିଶା ପ୍ରତି ଯେଉଁ ବାତ୍ୟା ବିପଦ ରହିଥିଲା ତାହା ଟଳିଯାଇଛି। ରାତି ପ୍ରାୟ ସାଢ଼େ ୯ଟାରେ ବାତ୍ୟା ‘ଗୁଲାବ’ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରି ଶ୍ରୀକାକୁଲମ୍‌ର ସନ୍ଥଗୁଡ଼ାଠାରେ ସ୍ଥଳଭାଗ ଛୁଇଁଛି। ତେବେ ଏହା ପ୍ରଭାବରେ ସୋମବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୭ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ।
ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ୭୫ରୁ ୮୫ କି.ମି. ବେଗରେ ପବନ ବହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା। ରବିବାର ସନ୍ଧ୍ୟା ୬ଟାରେ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବା ପରେ ବି ବର୍ଷା, ପବନ ସେପରି ଅଧିକ ନ ଥିଲା। ଅଧିକ ପ୍ରଭାବିତ ହେବାକୁ ଥିବା ଗଞ୍ଜାମ ଓ ଗଜପତି ଜିଲାରେ ମଧ୍ୟ ସେହି ପରିମାଣରେ ବର୍ଷା ହୋଇ ନ ଥିଲା। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଥିଲେ। ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରବିବାର ସନ୍ଧ୍ୟା ସୁଦ୍ଧା ୧୬ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏମାନଙ୍କ ମଧ୍ୟରେ ୬୦୦ ଗର୍ଭବତୀ, ବୃଦ୍ଧ ଓ ଦିବ୍ୟାଙ୍ଗ ଥିଲେ। ସେହିପରି ଗୋପାଳପୁର ବନ୍ଦର ପାଇଁ ୭ ନଂ. ବିପଦ ସଙ୍କେତ, ପୁରୀ ଲାଗି ୬ ଓ ପାରାଦୀପ ଏବଂ ଧାମରା ବନ୍ଦରଗୁଡ଼ିକ ପାଇଁ ୩ ନଂ. ବିପଦ ସଙ୍କେତ ଜାରି କରାଯାଇଥିଲା।
ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ଠାରୁ ୨୫ କିମି ଦୂର ଟେକାଲି ଓ ମୋରିଗୁଡ଼ା ମଝିରେ ଲ୍ୟାଣ୍ଡଫଲ୍‌ କରିଥିବା ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଥିଲେ। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବା ପରେ ଗଜପତି ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଏହାସହ ୩୦ରୁ ୪୦ କି.ମି. ବେଗରେ ପବନ ବହିଥିଲା। ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ସମେତ ଆଖପାଖ ଜିଲାରେ ସାମାନ୍ୟ ବର୍ଷା ଲାଗି ରହିଥିଲା। ସେହିପରି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ, ବାତ୍ୟାର କ୍ଲାଉଡ୍‌ ବ୍ୟାଣ୍ଡ୍‌ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁବାବେଳେ ପୁରୀରେ ଘଣ୍ଟା ପ୍ରତି ୩୧ କି.ମି. ଓ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କି.ମି. ବେଗରେ ପବନ ବହୁଥିଲା। ତେବେ ଲ୍ୟାଣ୍ଡ୍‌ଫଲ୍‌ ସମୟରେ ପବନର ବେଗ ଅଧିକ ରହିଥିଲା। ତେବେ ସୋମବାର ପୂର୍ବାହ୍ନ ସୁଦ୍ଧା ବାତ୍ୟା ‘ଗୁଲାବ’ ଓଡ଼ିଶା ଅତିକ୍ରମ କରିବ। ତେଣୁ ସୋମବାର ମଧ୍ୟାହ୍ନ ଯାଏ ସତର୍କ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।
ସେପଟେ ବର୍ଷା ଯୋଗୁ ରବିବାର ଅପରାହ୍ନରେ ଗଜପତି ଜିଲାର ଗୁମ୍ମା ବ୍ଲକ୍‌ର ନାମନଗଡ଼ରୁ ଅଜୟଗଡ଼ ମଧ୍ୟରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଥିଲା। ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଜିଲା ପ୍ରଶାସନ ଓ ରେସ୍କ୍ୟୁ ଟିମ୍‌ ପହଞ୍ଚତ୍ ରାସ୍ତାକୁ ସିଲ୍‌ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଇପାଙ୍କା ଅଞ୍ଚଳର ପାହାଡ଼ ତଳେ ବସବାସ କରୁଥିବା ଗ୍ରାମବାସୀଙ୍କୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯାଇଥିଲା। ପ୍ରଶାସନର ନିର୍ଦ୍ଦେଶକ୍ରମେ ରାଇପାଙ୍କା ପଞ୍ଚାୟତର ରାଇପାଙ୍କା ଗାଁ ସମେତ କଡ଼କଡ଼ମା, ମାନ୍ଦ୍ରାବାଜୁ ଗାଁର ପ୍ରାୟ ୫୦ ପରିବାରକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri