Posted inଖେଳ

ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟରେ ରଶ୍ମିଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୬।୪(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଇନ୍ଦିରା ଗାନ୍ଧି ପ୍ରତିଷ୍ଠାନରେ ଗତ ୩ ଓ ୪ ତାରିଖ ଦୁଇଦିନଧରି ଅନୁଷ୍ଠିତ ଜାତୀୟ ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଓଡ଼ିଶାର ରଶ୍ମିରଞ୍ଜନ ସାହୁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ସେ ୮୦ କେଜି ବର୍ଗରେ ପ୍ରଥମସ୍ଥାନ ଅଧିକାର କରି ଏହି ସଫଳତା ହାସଲ କରିଛନ୍ତି। ଏହାକୁ ମିଶାଇ ସେ ଫେଡେରେଶନ କପ୍‌ରେ ତୃତୀୟ ଥରପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଓଡ଼ିଶାର ଅନ୍ୟତମ ପ୍ରତିଯୋଗୀ ସତ୍ୟଜିତ ପ୍ରଅତିହାରୀ ୯୦ କେଜି ବର୍ଗରେ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ହୋଇଛନ୍ତି। ପୂର୍ବ ବର୍ଷ ମାନଙ୍କରେ ସତ୍ୟଜିତ ଫେଡେରେଶନ କପ୍‌ରେ କୃତୀତ୍ୱ ଅର୍ଜନ କରି ରାଜ୍ୟକୁ ଗର୍ବିତ କରିଥିଲେ ହେଁ ଏଥର ଆଶାନୁରୂପ ସଫଳତା ପାଇପାରି ନାହାନ୍ତି। ପ୍ରତିଯୋଗିତାରେ ଲଲାଟେନ୍ଦୁ ପାତ୍ର ଓ କାଳିକିଙ୍କର ପଟ୍ଟନାୟକ ଯଥାକ୍ରମେ ମ୍ୟାନେଜର ଓ ପ୍ରଶିକ୍ଷକ ଭାବେ ଯୋଗ ଦେଇଥିଲେ। ରଶ୍ମିରଞ୍ଜନ ସୋମବାର ପ୍ରତ୍ୟାବର୍ତ୍ତନ କରିବା ଅବସରରେ ସ୍ଥାନୀୟ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ଓଡ଼ିଶା ବଲିବିଲ୍ଡିଂ ଆସୋସିଏଶନ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ଆସୋସିଏଶନ ସଭାପତି ସୁମିତ୍ରା ତ୍ରିପାଠୀ ଓ ସମ୍ପାଦକ ପ୍ରସନ୍ନ ମହାସୁଆର ତାଙ୍କ ଭବିଷ୍ୟତ କ୍ରୀଡ଼ା ଜୀବନର ଉନ୍ନତି ପାଇଁ କାମନା କରିଛନ୍ତି। ରଶ୍ମିରଞ୍ଜନ ଝାରସୁଗୁଡ଼ା ପୋଷ୍ଟାଲ ଡିଭିଜନରେ କାର୍ଯ୍ୟରତ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri