ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା

ବାରଙ୍ଗ, ୨।୧୦(ଡି.ଏନ୍‌.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ ଦଳିତ ପଛୁଆ ବର୍ଗ ମହାସଂଘ ପକ୍ଷରୁ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସାମ୍ନାରେ ଶୁକ୍ରବାର ପୁଣି ଧାରଣା ଦିଆଯାଇଥିଲା। ସାରେ ତହସିଲଦାର ସଂକଳ୍ପ ସ୍ବାସ୍ଥିକ ସାହୁ ଆସି ଆନ୍ଦୋଳନକାରୀଙ୍କ ଆଲୋଚନା କରିବା ସହ ୫ ତାରିଖରେ ଏହାର ସ୍ଥାୟୀ ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ବାରଙ୍ଗ ତହସିଲ ଅଧୀନ ବିଦ୍ୟାଧରପୁର ମୌଜାର ସିଡିଏ ସେକ୍ଟର-୧୩ରେ ସରକାର ପଛୁଆବର୍ଗ ଓ ଦଳିତମାନଙ୍କୁ ଦେଇଥିବା ଜମିକୁ ଜାଲିଆତି କରି ପ୍ରଶାସନ ପକ୍ଷରୁ ଉଚ୍ଛେଦ ପାଇଁ ଯୋଜନା କରାଯାଉଛି। ଦଳିତ ପରିବାରକୁ ଜମି ପଟ୍ଟା ମିଳିଥିବାରୁ ସେମାନେ ପାଉତି ମଧ୍ୟ କାଟୁଛନ୍ତି। କିନ୍ତୁ ଜମିର ବିବରଣୀରେ ଜମିହୀନ ଥିବା ପଟ୍ଟାରେ ଉଲ୍ଲେଖ ରହିଛି। ଏହାକୁ ବିରୋଧ କରି ଦଳିତମାନେ ପ୍ରଶାସନକୁ ଅଭିଯୋଗ କରିବା ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିଲା। ଫଳରେ ସେମାନେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କର ନିର୍ଦ୍ଦେଶ ଉପରେ କଟକ ଜିଲା ଓ ବାରଙ୍ଗ ତହସିଲ ପ୍ରଶାସନ କୌଣସି ପଦକ୍ଷେପ ନେଲେ ନାହିଁ। ନ୍ୟାୟ ପାଇଁ ଗତ ମାସ ୧ ତାରିଖରେ ତହସିଲ କାର୍ଯ୍ୟାଳୟ ସାମ୍ନାରେ ମହାସଂଘ ପକ୍ଷରୁ ଧାରଣା ଦିଆଯାଇଥିଲା। ତହସିଲ ପକ୍ଷରୁ ପ୍ରତିଶ୍ରୁତି ପରେ ମଧ୍ୟ ସମସ୍ୟା ସମାଧାନ ପାଇଁ କିଛି କରାଗଲା ନାହିଁ। ଶେଷରେ ଶୁକ୍ରବାର ଅପରାହ୍ନରେ ପୁଣିଥରେ ସଙ୍ଗଠନର ସଞ୍ଜିତ ସାମଲ, ଭାସ୍କର ସାହୁଙ୍କ ନେତୃତ୍ୱରେ ଶତାଧିକ ଦଳିତ ପରିବାର ପାଇଁ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri