Posted inରାଜ୍ୟ

ଆମରଣ ଅନଶନରେ ବସିବ ଅଭିଭାବକ ମହାସଂଘ

ଭୁବନେଶ୍ୱର, ୩।୭(ବ୍ୟୁରୋ) – ସ୍କୁଲ ଫି’ ଛାଡ଼ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅନେକ ଶିକ୍ଷାନୁଷ୍ଠାନ ପାଳନ କରୁନାହାନ୍ତି। ଏହାର ପ୍ରତିବାଦରେ ଆସନ୍ତା ୮ ତାରିଖରୁ ଓଡ଼ିଶା ଅଭିଭାବକ ମହାସଂଘ ଭୁବନେଶ୍ୱର ଏଡିଏମ୍‌ଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ କରିବ ବୋଲି ଚେତାବନୀ ଦେଇଛି।

ସଂଘର କହିବାନୁଯାୟୀ, କରୋନା ମହାମାରୀରେ ଘରୋଇ ସ୍କୁଲରେ ଫି’ ଆଦାୟ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏମ୍‌ଓୟୁ ହୋଇ କେତୋଟି ସ୍ଲାବ୍‌ରେ ଫି’ ଛାଡ଼ ପାଇଁ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା। ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟଙ୍କ ରାୟ ପରେ ବିଭାଗ ପକ୍ଷରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ପୂର୍ବରୁ ଏମ୍‌ଓୟୁରେ ସାମିଲ ନ ଥିବା ସ୍କୁଲମାନେ ରିଆଡ୍‌ମିଶନ, ସେସନ, ପରୀକ୍ଷା, ଡେଭଲପ୍‌ମେଣ୍ଟ ଆଦି ଅନ୍ୟ ଫି’କୁ ଛାଡ଼ି କେବଳ ଟ୍ୟୁଶନ ଫି’ରୁ ୧୫% ଛାଡ଼ କରି ଅଭିଭାବକଙ୍କଠାରୁ କିଛି ମାସ ସମୟ ଦେଇ ଆଦାୟ କରିବାକୁ କୁହାଯାଇଥିଲା। ଏ ନେଇ ଗତ ଜୁନ ୩ରେ ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ମାସେ ବିତିଯାଇଥିଲେ ସୁଦ୍ଧା ନିର୍ଦ୍ଦେଶ ଠିକ ଭାବେ କାର୍ଯ୍ୟକାରୀ ହେଲା ନାହିଁ। ଏପରିକି ଫି’ ଆଦାୟକୁ ନେଇ କୌଣସି ସ୍କୁଲ ପିଲାଙ୍କୁ ଅନ୍‌ଲାଇନ ପାଠପଢ଼ା, ପରୀକ୍ଷା, ପ୍ରୋଗ୍ରେସ କାର୍ଡ, କ୍ଲାସ ପ୍ରମୋଗଶନ ଆଦିରୁ ବଞ୍ଚତ୍ତ କରିପାରିବେ ନାହିଁ ବୋଲି ସ୍ପଷ୍ଟ ନିର୍ଦ୍ଦେଶ ଥିବାବେଳେ ଅନେକ ସ୍କୁଲ ଆଦୌ ମାନୁନାହାନ୍ତି। ତେଣୁ ଆସନ୍ତା ୭ ତାରିଖ ସୁଦ୍ଧା ନିର୍ଦ୍ଦେଶର ଠିକ୍‌ କାର୍ଯ୍ୟକାରୀ ନ ହେଲେ ୮ ତାରିଖରେ ମହାସଂଘର ଭୁବନେଶ୍ୱର ଆବାହକ ପ୍ରଦ୍ୟୁମ୍ନ ମିଶ୍ରଙ୍କ ନେତୃତ୍ୱରେ ୧୦୦ରୁ ଊର୍ଦ୍ଧ୍ୱ ଅଭିଭାବକ ନେତା ଅନଶନରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ମହାସଂଘ ଜିଲାପାଳଙ୍କୁ ଚିଠି ଲେଖି ମଧ୍ୟ ଜଣାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri