Posted inଜାତୀୟ

ପରିବାରର ମହିଳା ମୁଖ୍ୟଙ୍କୁ ମାସିକ ୨ ହଜାର ମିଳିବ

ବେଙ୍ଗାଲୁରୁ,୧୭।୧:ଆଗକୁ କର୍ନାଟକ ବିଧାନସଭା ନିର୍ବାଚନ ଥିବାବେଳେ କଂଗ୍ରେସ କ୍ଷମତାକୁ ଆସିଲେ ପ୍ରତି ପରିବାରର ମହିଳା ମୁଖ୍ୟଙ୍କୁ ମାସିକ ୨ ହଜାର ଟଙ୍କା ଲେଖାଏ ସହାୟତା ଯୋଗାଇଦେବ ବୋଲି ସୋମବାର ପ୍ରତିଶ୍ରୁତି ଦେଇଛି। ଦଳର ଏକ ସମ୍ମିଳନୀରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏହା ଘୋଷଣା କରିଛନ୍ତି। ଏକ ନିଃସର୍ତ୍ତ ସାର୍ବଜନୀନ ମୂଳ ଆୟ ଭାବେ ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କ ବ୍ୟାଙ୍କ ଖାତାକୁ ବର୍ଷକୁ ୨୪ ହଜାର ଟଙ୍କା ପଠାଯିବ ବୋଲି ସେ କହିଛନ୍ତି। କର୍ନାଟକରେ ଆସନ୍ତା ମେ’ ମାସରେ ବିଧାନସଭା ନିର୍ବାଚନ ହୋଇପାରେ। ରାଜ୍ୟର ପ୍ରତି ପରିବାରକୁ ୨୦୦ ୟୁନିଟ ବିଜୁଳି ମାଗଣାରେ ଯୋଗାଇ ଦିଆଯିବା ବୋଲି କଂଗ୍ରେସ ପୂର୍ବରୁ ଘୋଷଣା କରିଥିଲା। ମହଙ୍ଗା ଏଲ୍‌ପିଜି ସାଙ୍ଗକୁ ଦୈନନ୍ଦିନ ଖର୍ଚ୍ଚ ବଢ଼ୁଥିବାରୁ ଗୃହିଣୀଙ୍କ ବୋଝ ଲାଘବ କରିବା ଗୃହଲକ୍ଷ୍ମୀ ଯୋଜନାର ଉଦ୍ଦେଶ୍ୟ ବୋଲି କଂଗ୍ରେସ କହିଛି। ରାଜ୍ୟର ସମସ୍ତ ମହିଳା ସଶକ୍ତ ହୁଅନ୍ତୁ ଓ ନିଜ ଗୋଡ଼ରେ ଛିଡ଼ା ହେବାକୁ ସମର୍ଥ ହୁଅନ୍ତୁ। ସେମାନେ ନିଜ ପିଲାଙ୍କ ଯତ୍ନ ନିଅନ୍ତୁ। ଏଥିପାଇଁ କର୍ନାଟକର ପ୍ରତ୍ୟେକ ମହିଳାଙ୍କୁ ଆର୍ଥତ୍କ ସ୍ବାବଲମ୍ବୀ କରିବାକୁ କଂଗ୍ରେସ ଚାହେଁ ବୋଲି କହିଛି। ଏହି ଯୋଜନା କାର୍ଯ୍ୟକାରୀ ହେଲେ ରାଜ୍ୟର ୧.୫ କୋଟିରୁ ଊର୍ଦ୍ଧ୍ୱ ମହିଳା ଉପକୃତ ହେବେ। କର୍ନାଟକରେ ଭାଜପା ସରକାର ଦୁର୍ନୀତିରେ ଲିପ୍ତ ରହିଛନ୍ତି। ନିଯୁକ୍ତିରେ ମନ୍ତ୍ରୀମାନେ ୪୦ ପ୍ରତିଶତ କମିଶନି ନେଉଛନ୍ତି। ଦରଦାମ୍‌ ବୃଦ୍ଧିକୁ ନେଇ ମହିଳାମାନେ ଅତିଷ୍ଠ ହୋଇପଡ଼ିଲେଣି। ରାଜ୍ୟର ମହିଳାମାନଙ୍କ ଲାଗି କଂଗ୍ରେସ ସ୍ବତନ୍ତ୍ର ଇସ୍ତାହାର ଆଣିବ ବୋଲି ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?