ଛତ୍ରପୁର,୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍ଏସିରେ ୬ ଦିନିଆ ଶଟଡାଉନ ଜାରି ରହିଛି। ଶନିବାର ଶଟଡାଉନର ପଞ୍ଚମ ଦିନରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଛତ୍ରପୁର ସହରରେ ସାଇରନ ବଜାଇ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛିା ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରଯାଇଛି। ଛତ୍ରପୁର ତହସିଲଦାର ନୀଳ ମାଧବ ଭୋଇ, ଏନଏସି ନିର୍ବାହୀ ଅଧିକାରୀ ଏନ୍ ଗଣେଶ ବାବୁ, ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ପ୍ରମୁଖ ଲୋକଙ୍କୁ ସଚେତନ କରିଛନ୍ତି।
ସୂଚନାଯୋଜ୍ୟ, ଏନ୍ଏସି ଅଞ୍ଚଳର ବିଭିନ୍ନ ସ୍ଥାନରେ କରୋନା ରୋଗୀ ଚିହ୍ନଟ ହେଉଥିବାରୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁର ଏନ୍ଏସିକୁ ୬ ଦିନ ପାଇଁ ଶଟଡାଉନ ଘୋଷଣା କରିଥିଲେ। ଅପରପକ୍ଷରେ ଦୈନିକ ପଜିଟିଭ ସଂଖ୍ୟା ଏଠାରେ ବଢୁଥିବା ଦେଖିବାକୁ ମିଳିଛି। ପରେ ବାରାକ ସାହି, କଳ୍ପବାସୀନଗରକୁ ସିଲ୍ କରାଯାଇଛି। ପୁଣି ନିୟ୍ୟୁ ମେଡିକାଲ କଲୋନୀରେ ମଧ୍ୟ ଛତ୍ରପୁର ହସ୍ପିଟାଲର ଆଟେନାଣ୍ଟ ଶୁକ୍ରବାର ପଜିଟିଭ ଚିହ୍ନଟ ହୋଇଛନ୍ତି । ୩ ଦିନ ପରେମଧ୍ୟ ସ୍ବାସ୍ଥ୍ୟ ଟିମ ସେଠାରେ ପହଞ୍ଚି ନାହିଁ।
ଛତ୍ରପୁରରେ ଶଟ୍ଡାଉନର ପଞ୍ଚମ ଦିନ: ନିୟମରେ ଖିଲାପ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…
ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!
ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…
କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…
ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…
ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…
ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍ କହିବା ଶୈଳୀରେ ବେଶ୍ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…
ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ
କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…
ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…
କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ
ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…
ବାଇକ୍ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

