Posted inଜାତୀୟ

ନକ୍ସଲଙ୍କ ବିରୋଧରେ ଲଢେଇ ହେବ ଆହୁରି ଜୋରଦାର: ଅମିତ ଶାହା

ରାୟପୁର,୫।୪: ଛତିଶଗଡର ନକ୍ସଲ ପ୍ରଭାବିତ ଜିଲା ବିଜାପୁରରେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୨୨ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ଶହୀଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଜଗଦଲପୁରରେ ପହଞ୍ଚିଛନ୍ତି। ଏଠାରେ ଶହୀଦ ହୋଇଥିବା ଯବାନମାନଙ୍କୁ ଅମିତ ଶାହା ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ଉଭୟ ଏବେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବୈଠକ ପରେ ଶାହା କହିଛନ୍ତି ଯେ, ନକ୍ସଲମାନଙ୍କ ବିରୋଧରେ ଲଢେଇ ଏକ ନିର୍ଣ୍ଣାୟକ ପର୍ଯ୍ୟାୟରେ ଅଛି। ଏହି ସଂଗ୍ରାମ ବନ୍ଦ ହେବ ନାହିଁ ଏବଂ ତୀବ୍ର ହେବ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ଅମିତ ଶାହା କହିଥିଲେ, ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ। ଉପଯୁକ୍ତ ସମୟରେ ଏହାର ଜବାବ ଦିଆଯିବ। ତେବେ ଏହି ଆକ୍ରମଣରେ ଉଭୟ ପକ୍ଷର କ୍ଷତି ହୋଇଛି ବୋଲି ସେ କହିଛନ୍ତି। ଏହି ଆକ୍ରମଣ ଯୋଗୁ ଅମିତ ଶାହା ଆସାମରେ ନିର୍ବାଚନ ବାତିଲ କରି ଦିଲ୍ଲୀ ଫେରିଥିଲେ। ଦିଲ୍ଲୀରେ ସେ ନକ୍ସଲ ଆକ୍ରମଣ ଉପରେ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ।
ସୂଚନାଯୋଗ୍ୟ, ଛତିଶଗଡର ବିଜାପୁରରେ ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଥିଲେ। ଅନେକ ଯବାନ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?