ଉଗ୍ରରୂପ ନେଲା ଦୁଇଜଣଙ୍କ ଝଗଡ଼ା, ଧସ୍ତାଧସ୍ତି ସମୟରେ…

ବୈଶିଙ୍ଗା,୩୦ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଗ୍ରାମରେ ଶୁକ୍ରବାର ଦୁଇ ଜଣଙ୍କ ଝଗଡ଼ା ଶନିବାର ସନ୍ଧ୍ୟାରେ ପ୍ରତିଆକ୍ରମଣର ରୂପ ନେଇଥିଲା। ଏଥିରେ ଦୁଇ ଜଣ ଆହତ ହୋଇ ଜଣେ ବୈଶିଙ୍ଗା ଡାକ୍ତରଖାନାରେ ଆଉ ଜଣେ ରୂପ୍‌ସା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାଯାଇଛି।

ଘଟଣାରୁ ପ୍ରକାଶ ଯେ, ବାମଡ଼ା ଗ୍ରାମର ସନ୍ତୋଷ ସାହୁଙ୍କ ପୁଅ ଜଗଦୀଶ (୧୯) ଏବଂ ରବୀନ୍ଦ୍ର ସାହୁଙ୍କ ପୁଅ କାଳୁ (୧୨) ଙ୍କ ମଧ୍ୟରେ ଗ୍ରାମ ଛକରେ ଶୁକ୍ରବାର ପୂର୍ବାହ୍ନରେ ଝଗଡ଼ା ହୋଇଥିଲା। ସେହି ସନ୍ଧ୍ୟାରେ ଏନେଇ ଗ୍ରାମସଭାରେ ଆପୋଷ ସମାଧାନ ହୋଇଥିଲା। ହେଲେ ଆଜି ଶନିବାର ସନ୍ଧ୍ୟାରେ କାଳୁଙ୍କ ବାପା ମାଆ ଓ କାଳୁ ସଂଘବଦ୍ଧ ଭାବେ ଜଗଦୀଶ ଉପରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ଏଥିରେ ଜଗଦୀଶ ଆହତ ହୋଇଥିବା ବେଳେ ସେ ବୈଶିଙ୍ଗା ଡାକ୍ତରଖାନା ଚିକିତ୍ସିତ ହେବା ସହ ବୈଶିଙ୍ଗା ଥାନାରେ ଅଭିଯୋଗ କରିଥିବା ଜଣାଯାଇଛି। ଅନ୍ୟ ପଟେ ଧସ୍ତା ଧସ୍ତି ଚାଲିଥିବା ବେଳେ ଜଗଦୀଶଙ୍କ ହାତରେ ଥିବା ଟେଷ୍ଟର ବାଜି କାଳୁଙ୍କ ବାପା ରବୀନ୍ଦ୍ର (୪୦)ଙ୍କ ପେଟରେ ବାଜି ପ୍ରବଳ ରକ୍ତସ୍ରାବ ହେବାରୁ ନିକଟସ୍ଥ ରୂପ୍‌ସା ଡାକ୍ତରଖାନାକୁ ନିଆଯାଇଥିଲା। ବୈଶିଙ୍ଗା ପୋଲିସ ଖବରପାଇ ଆହତ ରବୀନ୍ଦ୍ରଙ୍କ ବୟାନ ନେବା ପାଇଁ ରାତି ୮ଟା ସମୟରେ ରୂପ୍‌ସା ଡାକ୍ତରଖାନା ଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?