Posted inଜାତୀୟ

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦

ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫାରେ ବିକ୍ଷୋଭ ବନ୍ଦ ହୋଇଯିବ ନାହିଁ ବୋଲି ସିଜେପି ବୁଧବାର ଚେତାବନୀ ଦେଇଛି।
ସିଜେପି ସହଆବାହାକ ସୌରଭ ଦାସ କହିଛନ୍ତି, ଜ୍ଞାନେଶ କୁମାର ଇସ୍ତଫା ଦେଲେ ମଧ୍ୟ ବିକ୍ଷୋଭକାରୀ ପଛକୁ ହଟିବେ ନାହିଁ। କାରଣ ନିର୍ବାଚନ ବ୍ୟବସ୍ଥା ସ୍ବଚ୍ଛ ହେବା ଆବଶ୍ୟକ। ଆସନ୍ତା୧୦ରେ ସିଇସିଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ ଏକାଠି ହେବାକୁ ସିଜେପି ଏବଂ ଛାତ୍ର ସଂଗଠନଗୁଡ଼ିକ ଆହ୍ବାନ ଦେଇଛନ୍ତି।
ଖବରଦାତା ସମ୍ମିଳନୀରେ ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟସ୍‌ ଆସୋସିଏଶନ (ଏଆଇଏସ୍‌ଏ), ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟସ୍‌ ଫେଡେରେଶନ (ଏଆଇଏସ୍‌ଏଫ୍‌), ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ଏବଂ ଆମ୍‌ ଆଦ୍‌ମୀ ପାର୍ଟିର ଛାତ୍ର ସଂଗଠନ ଆସୋସିଏଶନ ଅଫ୍‌ ଷ୍ଟୁଡେଣ୍ଟସ୍‌ ଫର୍‌ ଅଲ୍‌ଟରନେଟିଭି୍‌ ପଲିଟିକ୍ସ (ଏଏସ୍‌ଏପି)ର ପ୍ରତିନିଧିମାନେ ଯୋଗ ଦେଇଥିଲେ।
ସିଜେପି ଏବଂ ଛାତ୍ର ସଂଗଠନଗୁଡ଼ିକର ଦାବି ମଧ୍ୟରେ ରହିଛି, ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ତାଙ୍କ ବିରୋଧରେ ଆପରାଧିକ ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ, ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ରଦ୍ଦ କରିବା, ଆଗାମୀ ନିର୍ବାଚନକୁ ସ୍ଥଗିତ ରଖିବା, ୨୦୨୫ ଜାନୁଆରୀର ଭୋଟର ତାଲିକାକୁ କାଏମ ରଖିବା ଓ ଏକ ନିରପେକ୍ଷ ତଦନ୍ତ। ଏଥିସହିତ ନିର୍ବାଚନ କମିଶନର ନିଯୁକ୍ତି ଲାଗି ୨୦୨୩ର ଆଇନକୁ ରଦ୍ଦ କରିବାକୁ ସିଜେପି ଦାବି କରିବା ସହ ନିର୍ବାଚନ କମିଶନର ନିଯୁକ୍ତି ପାଇଁ ଏକ ସ୍ବାଧୀନ ଚୟନ ପ୍ରକ୍ରିୟା ଆପଣାଇବାକୁ ଆହ୍ବାନ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?