ଜଳିଗଲା ଯୁଦ୍ଧ ବିମାନ ଆକାଶ ଧୂଆଁମୟ

ଓ୍ବାଶିଂଟନ,୩୧।୭: କାଲିଫର୍ନିଆର ନେଭାଲ ଏୟାର ଷ୍ଟେଶନ ଲେମୁର୍‌ ନିକଟରେ ବୁଧବାର ଏକ ଆମେରିକୀୟ ଯୁଦ୍ଧ ବିମାନ F-35 ଦୁର୍ଘଟଣାଗ୍ରସ୍ତ ହୋଇଛି। ଜେଟ ଦୁର୍ଘଟଣାଗ୍ରସ୍ତ ହେବା ପରେ ତୁରନ୍ତ ଏଥିରେ ନିଆଁ ଲାଗିଗଲା ଏବଂ ଆକାଶରେ ଧୂଆଁ ଉଠିବାକୁ ଲାଗିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଛି। CNN ରିପୋର୍ଟ ଅନୁଯାୟୀ, ଆମେରିକା ନୌସେନା ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଘଟଣା ବିଷୟରେ ସୂଚନା ଦେଇଛି। ଦୁର୍ଘଟଣା କାହିଁକି ଘଟିଲା ସେ ବିଷୟରେ ସୂଚନା ଏପର୍ଯ୍ୟନ୍ତ ଉପଲବ୍ଧ ନାହିଁ।
ଆମେରିକା ନୌସେନାର କାଲିଫର୍ନିଆର ଲେମୁର୍‌ ନିକଟରେ ଏକ ମାଷ୍ଟର ଷ୍ଟ୍ରାଇକ ଫାଇଟର ବେସ ଅଛି। F-35C ଏବଂ F/A-18E/F ଜେଟ ମଧ୍ୟ ଏଠାରେ ନିୟୋଜିତ କରାଯାଇଛି। ବୁଧବାର ସାରେ ଏହି ବେସ ନିକଟରେ ଯୁଦ୍ଧ ବିମାନ F-35 ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡ଼ିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚିଥିଲା। ନୌସେନା କହିଛି ଯେ F-35 ଲଢ଼ୁଆ ବିମାନଟି ଷ୍ଟ୍ରାଇକ ଫାଇଟର ସ୍କ୍ବାଡ୍ରନ VF-125 କୁ ନିୟୋଜିତ କରାଯାଇଥିଲା, ଯାହାକୁ ‘ରଫ ରାଇଡର୍ସ’ ମଧ୍ୟ କୁହାଯାଏ। VF-125 ହେଉଛି ଏକ ଫ୍ଲିଟ ରିପ୍ଲେସମେଣ୍ଟ ସ୍କ୍ବାଡ୍ରନ, ଯାହା ପାଇଲଟ ଏବଂ ଏୟାରକ୍ରୁମାନଙ୍କୁ ତାଲିମ ଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri