ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍‌ଜିକ୍ୟୁଟିଭ୍‌ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ ଓ କଳାକାରମାନେ। ମା’ ତାରାତାରିଣୀଙ୍କ ଠାରେ ପୂଜାର୍ଚ୍ଚନା କରି କିପରି ଏହି ସିନେମାଟି ଲୋକାଦୃତ ହୋଇପାରିବ ସେଥିନେଇ ମା’ଙ୍କ ଶରଣାପନ୍ନ ହୋଇ ଆଶୀର୍ବାଦ ନେଇଛନ୍ତି। ପ୍ରଥମଥର ଲାଗି ସିନେମା ରିଲିଜ ପୂର୍ବରୁ ତାରାତାରିଣୀଙ୍କ ପୀଠରୁ ଏପରି କାର୍ଯ୍ୟକ୍ରମ ହୋଇଥିବାରୁ ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି।

ସିନେମାର ଆଭମୁଖ୍ୟକୁ ନେଇ ନିର୍ଦ୍ଦେଶକ ନିକୁଞ୍ଜ ହୋତା କହିଛନ୍ତି ଯେ, ଏହି ସିନେମାଟି ସମ୍ପୂର୍ଣ୍ଣ ଭିନ୍ନଧରଣର ଏକ ସଂପ୍ରଦାୟର ଜୀବନ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି। ମହାମାରୀ କରୋନାର ଲକଡାଉନ ସମୟରେ ଲୁଗା ବୁଣାକାର ପରିବାରଙ୍କ ଜୀବନର ସଂଘର୍ଷମୟ କାହାଣୀ ସହ ଅନଲାଇନ୍‌ ବ୍ୟସାୟ ହିଁ ମୁଖ୍ୟ ପ୍ରସଙ୍ଗ ରହିଛି। ଏହା ଜିଆର ରେକର୍ଡ ବ୍ୟାନରରେ ନିର୍ମିତ ୨୬ ଲକ୍ଷ ବୁଣାକାରଙ୍କ ପ୍ରଗତିକୁ ନେଇ ଅନ୍ତର୍ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶା ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ ଉପସ୍ଥିତିରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଫାଷ୍ଟ ଲୁକର ଲୋକାର୍ପଣ କରିଥିଲେ।

ଏହି ଫିଲ୍ମର ପ୍ରଯୋଜନା ରାକେଶ କୁମାର ପାଢ଼ୀ କରିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ନିକୁଞ୍ଜ ହୋତା। ସଙ୍ଗୀତକୁ ଅମିତ ଯୁବରାଜ ସଜାଇଥିବା ବେଳେ ମୁଖ୍ୟ ଅଭିନେତ୍ରୀ ରୂପେ ଆଲିନ ଅଙ୍କିତା ରହିଛନ୍ତି। ଏହି ଅବସରରେ ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କୁ ସିନେମା ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରିଥିଲେ। ଏହି ସିନେମାଟି ମେ’୧୫ରେ ମୁକ୍ତିଲାଭ କରିବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri