ଓଡ଼ିଶାରେ ଟିକସମୁକ୍ତ ହେଲା ‘ଦି ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏବଂ ରାଜ୍ୟର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି।
ବିଜ୍ଞପ୍ତିରେ କୁହାଯାଇଛି, ସତ୍ୟଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ ଯାହା କି ୨୦୦୨ ଫେବୃଆରୀ ୨୭ତାରିଖର ଗୋଧ୍ରା ରେଳପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ। ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖିବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଆଦେଶରେ ଏହି ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା। ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ଭାଜପା ଶାସିତ ରାଜ୍ୟ। ଏହା ପୂର୍ବରୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜରାଟ ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି। ଏହି ସିନେମାକୁ ଟିକସମୁକ୍ତ କରାଯିବା ଲାଗି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର ବିଧାନସଭାରେ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri