ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଜିଲାଗୁଡ଼ିକରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଛି। ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ଜାନୁୟାରୀ ୧୭ରୁ ୨୧ତାରିଖ ମଧ୍ୟରେ ନାମାନଙ୍କପତ୍ର ଦାଖଲ ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ୫୫୪୪ଜଣ ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କର ପ୍ରାର୍ଥତ୍ପତ୍ର କାଏମ ରହିଥିବା ବେଳେ ୧୭୫୩ ସରପଞ୍ଚ, ୧୧୧୯ ପଞ୍ଚାୟତ ସମିତି ସଭ୍ୟ ଏବଂ ୨୩୨ ଜଣ ଜିଲାପରିଷଦ ସଦସ୍ୟଙ୍କ ମନୋନୟନ ପତ୍ର ନାକଚ ହୋଇଯାଇଛି। ଶେଷରେ ୧,୫୬,୭୫୩ ଜଣ ଓ୍ବାର୍ଡମେମ୍ବର, ୩୨,୮୬୦ ସରପଞ୍ଚ, ୨୭,୦୩୪ ପଞ୍ଚାୟତ ସମିତି ସଭ୍ୟ ଏବଂ ୩,୭୬୭ ଜଣ ଜିଲା ପରିଷଦ ସଦସ୍ୟଙ୍କ ନାମାଙ୍କନ ପତ୍ର କାଏମ ରହିଛି।
ତେବେ ଯେଉଁମାନଙ୍କର ପ୍ରାର୍ଥତ୍ପତ୍ର କାଏମ ରହିଛି, ସେମାନଙ୍କ ମଧ୍ୟରୁ ଅନେକ ବିଦ୍ରୋହୀ ଏବଂ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି। ସେହି ପ୍ରାର୍ଥୀମାନଙ୍କୁ ମନାଇ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋରସୋର ଉଦ୍ୟମ ଚଳାଇଛନ୍ତି। ଭାଜପା ଓ କଂଗ୍ରେସ ଅପେକ୍ଷା ବିଜେଡିରେ ଅଧିକ ବିଦ୍ରୋହୀ ପ୍ରାର୍ଥୀ ଥିବାରୁ ଦଳୀୟ ନେତାଙ୍କ ଚିନ୍ତା ବଢ଼ିଯାଇଛି।
ଚଳିତଥର ପଞ୍ଚାୟତ ନିର୍ବାଚନରେ ମୋଟ ୯୧,୯୧୩ ୱାର୍ଡମେମ୍ବର, ୬,୭୯୪ ସରପଞ୍ଚ, ୬,୭୯୩ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲା ପରିଷଦ ସଭ୍ୟ ପଦ ପାଇଁ ଭୋଟଗ୍ରହଣ ହେବ। ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୦ଜଣ ଭୋଟର ମତଦାନ କରିବେ। ଫେବୃୟାରୀ ୧୬ ତାରିଖରେ ଭୋଟ ଗ୍ରହଣ କରାଯିବ। ଭୋଟଗ୍ରହଣ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ହେବ। ପୂର୍ବରୁ ଭୋଟ୍‌ ଗ୍ରହଣ ସକାଳ ୭ଟାରୁ ଦିନ ୧୨ଟା ମଧ୍ୟରେ ହେଉଥିଲା। ଭୋଟ୍‌ ଗ୍ରହଣ ଅବଧିକୁ ୧ ଘଣ୍ଟା ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri