Posted inଖେଳ

ଫାଇନାଲ ମ୍ୟାଚ ମାତ୍ର ୩୫ ମିନିଟ୍‌ରେ ଶେଷ

ବାସେଲ,୭ା୩(ପି.ଟି.): ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍‌ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା ମାରିନ୍‌ଙ୍କଠାରୁ ସେ ୧୨-୨୧, ୫-୨୧ରେ ପରାସ୍ତ ହୋଇଛନ୍ତି। ରବିବାର ଫାଇନାଲ ମ୍ୟାଚ ମାତ୍ର ୩୫ ମିନିଟ୍‌ରେ ଶେଷ ହୋଇଥିଲା। ସ୍ପିଡ୍‌ ଓ ଆକ୍ୟୁରେସିରେ ସେ ମାରିନଙ୍କ ସମକକ୍ଷ ହୋଇପାରି ନ ଥିଲେ। ମାରିନ୍‌ଙ୍କଠାରୁ ସିନ୍ଧୁଙ୍କର ଏହା ହେଉଛି କ୍ରମାଗତ ତୃତୀୟ ପରାଜୟ। ସ୍ପାନିଶ ଖେଳାଳି ଜାନୁୟାରୀରେ ଥାଇଲାଣ୍ଡରେ ଉଭୟ ସୁପର ୧୦୦୦ ଇଭେଣ୍ଟ ଜିତିଥିଲେ। ପରେ ଏଚ୍‌ଏସ୍‌ବିସି ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସରେ ରନର୍ସ ଅପ୍‌ ହୋଇଥିଲେ। ବିଶ୍ୱର ୩ ନମ୍ବର ଖେଳାଳି ମାରିନ ଆହୁରି ମଧ୍ୟ ୨୦୧୬ ରିଓ ଅଲିମ୍ପିକ୍ସ ଫାଇନାଲରେ ସିନ୍ଧୁଙ୍କୁ ପରାସ୍ତ କରିଥିଲେ। ସିନ୍ଧୁ ଆଗକୁ ୮,୫୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ରେ ଭାଗ ନେବେ। ଏହି ସୁପର ୧୦୦୦ ଇଭେଣ୍ଟ ମାର୍ଚ୍ଚ ୧୭ରୁ ୨୧ ପର୍ଯ୍ୟନ୍ତ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri