Posted inଖେଳ

କ୍ରିକେଟରୁ ଦୂରେଇ ଗଲେ ଐତିହାସିକ କୋଲକାତା ଟେଷ୍ଟର ଅନ୍ତିମ ଷ୍ଟାର

ମୁମ୍ବାଇ,୨୪।୧୨: ଭେଟେରାନ ଭାରତୀୟ ସ୍ପିନର ହରଭଜନ ସିଂ ଶୁକ୍ରବାର ସମସ୍ତ ପ୍ରକାର କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏଥିସହିତ ଐତିହାସିକ କୋଲକାତା ଟେଷ୍ଟରେ ଭାରତୀୟ ଦଳକୁ ପ୍ରତିନିଧିତ୍ୱ କରିଥିବା ସମସ୍ତ ଖେଳାଳି ଦୂରେଇ ଯାଇଛନ୍ତି କ୍ରିକେଟରୁ। ୨୦୦୧ରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଫଲୋଅନ୍‌ ପାଇବା ସତ୍ତ୍ୱେ ଭାରତ ମ୍ୟାଚ୍‌କୁ ନେଇଥିଲା।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୪୪୫ ରନ୍‌ କରିଥିଲା। ସେହି ଇନିଂସରେ ଭାରତ ପାଇଁ ହ୍ୟାଟ୍ରିକ ସହିତ ୭ ଉଇକେଟ ନେଇଥିଲେ ଭଜି। ସେ ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ହ୍ୟାଟ୍ରିକ ସଫଳତା ହାସଲ କରିଥିଲେ। ଜବାବରେ ୧୭୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ଭାରତ। ଫଲୋଅନ୍‌ ଭୋଗିଥିବା ଘରୋଇ ଦଳ ଦ୍ୱିତୀୟ ଇନିଂସରେ ୭ ଉଇକେଟ ହରାଇ ୬୫୭ ରନ୍‌ କରିଥିଲା। ଏହି ଇନିଂସରେ ୩୭୬ ରନ୍‌ର ମାରାଥନ ଭାଗୀଦାରି ଖେଳିଥିଲେ ରାହୁଲ ଡ୍ରାଭିଡ୍‌ (୨୮୧) ଓ ଭିଭିଏସ୍‌ ଲକ୍ଷ୍ମଣ(୧୮୦)। ୩୮୯ ରନ୍‌ର ଟାର୍ଗେଟ ନେଇ ଓହ୍ଲାଇଥିବା ଅଷ୍ଟ୍ରେଲିଆ ଅନ୍ତିମ ପାଳିରେ ୨୧୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସ ଭଳି ଦ୍ୱିତୀୟ ପାଳିରେ ମଧ୍ୟ ଭାରତ ପାଇଁ ସବୁଠୁ ସଫଳତମ ବୋଲର ସାବ୍ୟସ୍ତ ହୋଇଥିଲେ ଭଜି (୬ ଉଇକେଟ)। ଏହି ଐତିହାସିକ ଟେଷ୍ଟରେ ଭାରତ ପାଇଁ ଖେଳିଥିବା ସମସ୍ତ ଖେଳାଳି ବହୁ ପୂର୍ବରୁ ଅବସର ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri