ଜାନୁୟାରୀ ୫ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ନିର୍ବାଚନମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲାଗି ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁଯାୟୀ ଆସନ୍ତା ଜାନୁୟାରୀ ୫ରେ ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏହା ପୂର୍ବରୁ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସବୁ ରାଜନୈତିକ ଦଳଙ୍କର ସହଯୋଗ କାମନା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପ୍ରତି ରାଜନୈତିକ ଦଳ ସବୁ ବୁଥ୍‌ରେ ନିଜର ଜଣେ ଲେଖାଏ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବେ। ଏହାସହ ଦଳ ପକ୍ଷରୁ ସେମାନଙ୍କ ଫଟୋ ପରିଚୟ ପତ୍ର ଦେବେ ଓ ନିଯୁକ୍ତ ହୋଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟଙ୍କ ଏକ କିତା ଲେଖାଏ ନକଲ ସମ୍ପୃକ୍ତ ଜିଲାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ, ଇଆର୍‌ଓ ତଥା ଉପଜିଲାପାଳ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ। ନିଯୁକ୍ତ ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ସମ୍ପୃକ୍ତ ବୁଥ୍‌ ଅଞ୍ଚଳରେ ମୃତ ଭୋଟରଙ୍କୁ ଚିହ୍ନଟ କରିବା, ସ୍ଥାନାନ୍ତର ହୋଇଥିବା ଭୋଟରଙ୍କ ତାଲିକା ଏବଂ ଭୋଟର ତାଲିକାରେ ଥିବା ବିଭିନ୍ନ ପ୍ରକାର ତ୍ରୁଟିକୁ ବୁଥ୍‌ସ୍ତରୀୟ ଅଧିକାରୀଙ୍କୁ ଅବଗତ କରାଇବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ଆଗାମୀ ସାଧାରଣ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ଇଭିଏମ୍‌ ଓ ଭିଭିପିଏଟିର (ଏଫ୍‌ଏଲ୍‌ସି) ପ୍ରଥମ ପର୍ଯ୍ୟାୟ ତନଖି କାର୍ଯ୍ୟ ଦୁଇଟି ପର୍ଯ୍ୟାୟରେ କରାଯିବ। ଅକ୍ଟୋବର ୩ରୁ ୨୦ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ୧୦ ଜିଲାରେ ଅନୁଷ୍ଠିତ ହେବ। ସେହିପରି ଅବଶିଷ୍ଟ ୨୦ ଜିଲାରେ ନଭେମ୍ବର ୧ରୁ ଆରମ୍ଭ ହୋଇ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ବୈଠକରେ ଭାଜପା ରାଜ୍ୟ ସମ୍ପାଦକ ସରୋଜ କୁମାର କର, ବିଏସ୍‌ପିର ମଧୁସୂଦନ ଯାଦବ, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଦୁଷ୍ମନ୍ତ କୁମାର ଦାଶ, କଂଗ୍ରେସର ଶିବାନନ୍ଦ ରାୟ, ଆମ୍‌ ଆଦ୍‌ମୀ ପାର୍ଟିର ସୌମ୍ୟ ରଞ୍ଜନ ସ୍ବାଇଁ, ବିଜେଡିର ଈପ୍ସିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri