ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୫।୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସବୁ ଜାତୀୟ/ରାଜ୍ୟସ୍ତରୀୟ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ସମ୍ପର୍କରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଅବଗତ କରାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳ ସହ ଆଲୋଚନା ପରେ ନିର୍ବାଚନ ଇସ୍ତାହାର ପାଇଁ ନିୟମ ପ୍ରଣୟନ କରିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ, ମୁଖ୍ୟ ନିର୍ବାଚନ ଅଧିକାରୀ ରାଜନୈତିକ ଦଳଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ନିର୍ବାଚନ ଇସ୍ତାହାରର (ଓଡ଼ିଆ/ହିନ୍ଦୀ/ଇଂରାଜୀ) ଉଭୟ ଭାଷାର ୩ଟି ଲେଖା କପି ଆଣିପାରିବେ। ପ୍ରାର୍ଥୀ କିମ୍ବା ରାଜନୈତିକ ଦଳଗୁଡ଼ିକ ଯେତେବେଳେ ନିର୍ବାଚନ ଇସ୍ତାହାର ଘୋଷଣା କରୁଛନ୍ତି ସେତେବେଳେ ଆଦର୍ଶ ଆଚରଣ ବିଧି ସଂହିତାର ଅଧିନିୟମ ୮(୩)କୁ କଡ଼ାକଡ଼ି ପାଳନ କରିବାକୁ ନିର୍ବାଚନ ଆୟୋଗ ଦର୍ଶାଇଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ପ୍ରକାଶ କରିଛନ୍ତି ା ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ସରି ଗତ ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଶୁକ୍ରବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ପ୍ରକାଶିତ ହେବାକୁ ଥିବା ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ଅନୁସାରେ ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ା ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଓ ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ ଜଣ ା ରାଜ୍ୟରେ ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟା ହେଲା ୩୩୮୦ ଜଣ ା ରାଜ୍ୟରେ ଯୁବ ଭୋଟର (୧୮-୧୯ ବର୍ଷ)ଙ୍କ ସଂଖ୍ୟା ହେଲା ୭ ଲକ୍ଷ ୫୪ ହଜାର ୯୪୬ ଜଣ, ଯାହାକି ଗତ ୫ ବର୍ଷରେ ସର୍ବାଧିକ (୨.୨୭%)ା ମୋଟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ହେଲା ୪ ଲକ୍ଷ ୫୭ ହଜାର ୮୨୧ ଜଣ, ଅର୍ଥାତ୍‌ ୧.୩୮% ବୋଲି ଧଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri