ଏଲ୍‌ଆଇସିର ଆର୍ଥତ୍କ ଫଳାଫଳ

ନୂଆଦିଲ୍ଲୀ,୩୧।୭ -ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଲ୍‌ଆଇସି) ପକ୍ଷରୁ ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟରେ କମ୍ପାନୀ ନୂଆ ବାଣିଜ୍ୟ ପର୍‌ଫରମାନ୍ସରେ ଅଭିବୃଦ୍ଧି କରିଛି। ପ୍ରଥମ ବର୍ଷ ପ୍ରିମିୟମରେ ଏହା ୨୫.୧୭% ଅଭିବୃଦ୍ଧି କରିବା ସହ ରେକର୍ଡ ୧.୭୭ ଲକ୍ଷ କୋଟି ଟଙ୍କା ହାସଲ କରିଛି। ପେନ୍‌ସନ ଏବଂ ଗ୍ରୁପ୍‌ ସୁପରଆନୁଏଶନ ବାଣିଜ୍ୟରେ ଏହା ନୂଆ ଇତିହାସ ସୃଷ୍ଟି ସହ ୧.୨୬ ଲକ୍ଷ କୋଟି ଟଙ୍କା ନିୟୁ ବିଜ୍‌ନେସ ପ୍ରିମିୟମ ସଂଗ୍ରହ କରିଛି। ଗତ ବର୍ଷ ଏହି ବର୍ଗରେ ପ୍ରିମିୟମ ସଂଗ୍ରହ ୯୦,୮୪୮ କୋଟି ଟଙ୍କା ଥିଲା। ଏଥିରେ ୩୯.୪୬% ଅଭିବୃଦ୍ଧି ଘଟିଛି। ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଏହାର ମୋଟ ପ୍ରିମିୟମ ଆୟ ୩.୭୯ ଲକ୍ଷ କୋଟି ଟଙ୍କା ରହିଛି। ଏଥିରେ ୧୨.୪୨% ଅଭିବୃଦ୍ଧି ଘଟିଛି। ଗତ ବର୍ଷ ଏହି ବର୍ଗରେ ଆୟ ୩.୩୭ ଲକ୍ଷ କୋଟି ଟଙ୍କା ରହିଥିଲା। ମୋଟ ପଲିସି ପେଆଉଟ୍‌ରେ ୧.୩୧% ଅଭିବୃଦ୍ଧି ସହ ଏହା ୨.୫୪ ଲକ୍ଷ କୋଟି ଟଙ୍କା ରହିଛି। ନିଗମର ମୋଟ ଆୟ ୯.୮୩% ବଢି ୬.୧୫ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହା ଗତ ବର୍ଷ ୫.୬୦ ଲକ୍ଷ କୋଟି ଟଙ୍କା ରହିଥିଲା। ସେହିଭଳି ଏଲ୍‌ଆଇସିର ମୋଟ ସମ୍ପତ୍ତି ୨.୭୧% ବଢି ୩୧.୯୬ ଲକ୍ଷ କୋଟି ଛୁଇଁଛି। କରୋନା ସମୟରେ ୫୬୧ ବୀମା ଦାବିକୁ ଫଇସଲା କରିଥିବା ଏହା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri