Categories: ଜାତୀୟ

ବାଣ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ଚେନ୍ନାଇ,୧।୧: ତାମିଲନାଡୁ ଶିବକାଶି ଏମ ପୁଦୁପାଟ୍ଟି ଗ୍ରାମ ନିକଟରେ ଥିବା ଭାଡ଼ିଭେଲ ଫ୍ୟାକ୍ଟ୍ରିରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ ବାଣ ତିଆରି କରୁଥିବା ବେଳେ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ମଧ୍ୟ ପହଞ୍ଚି ଆହତଙ୍କୁ ଶିବକାଶି ହସ୍ପିଟାଲକୁ ପଠାଇଛି । ଏହି ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଦୁପାଟ୍ଟି ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Share