ତାତି ବଢ଼ାଉଛି ଇଟାଭାଟି ନିଆଁ

ପଟ୍ଟାମୁଣ୍ଡାଇ,୧୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ମାତ୍ର ବେଆଇନ ନାଲି ଇଟାଭାଟିର ନିଆଁଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ଯୋଗୁ ତାତି ବେଶି ବଢ଼ିବାରେ ଲାଗିଛି ବୋଲି ଅଭିଯୋଗ ହେଉଛି। ଇଟାଭାଟିରୁ ବାହାରୁଥିବା ଧୂଆଁ ପ୍ରଭାବରେ ପୋଡ଼ା କୋଇଲା ପାଉଁଶ ଗୁଣ୍ଡ ଉଡି ଗଛ ପତ୍ର ପଡ଼ିବା ଫଳରେ ଏକ ଆସ୍ତରଣ ସୃଷ୍ଟି ହେବାରେ ଲାଗିଛି। ବାୟୁମଣ୍ଡଳ ପ୍ରଦୂଷିତ ହେଉଛି। ଧୂଆଁ ଯୋଗୁ ଲୋକେ ଅଣନିଃଶ୍ୱାସୀ ହେଇପଡୁଛନ୍ତି। ଇଟାଭାଟି ବନ୍ଦ କରିବାକୁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ରାସ୍ତାପାଶର୍‌ବରେ ଇଟାଭାଟି ବେଧଡ଼କ ଭାବେ ଚାଲୁଛି। ପ୍ରଶାସନ କାହିଁକି ନୀରବ ରହିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସମ୍ପର୍କରେ ପରିବେଶବିତ୍‌ ବିଭୂତି ମହାପାତ୍ର କୁହନ୍ତି, ଇଟାଭାଟିରୁ ନିର୍ଗତ ଧୂଆଁ ଯୋଗୁ ବାୟୁମଣ୍ଡଳରେ ଉଷ୍ଣତା ସହ ଅଙ୍ଗାରକାମ୍ଳ ଗ୍ୟାସ ବଢ଼ିବାରେ ଲାଗିଛି। ଫଳରେ ଆଖପାଖ ଅଞ୍ଚଳରେ ଛୋଟ ଶିଶୁଙ୍କ ସମେତ ବୃଦ୍ଧାବୃଦ୍ଧମାନେ ଅଣନିଃଶ୍ୱାସୀ ହୋଇ ପଡୁଛନ୍ତି। ରାଜସ୍ବ କର୍ମଚାରୀମାନେ ଲୋକଦେଖାଣିଆ ଇଟାଭାଟି ମାଲିକଙ୍କ ନିକଟକୁ ଆସି କିଛି ଫାଇନ୍‌ ଆଦାୟ କରିବା ବଦଳରେ ହାତ ଚିକ୍କଣ କରି ଚୁପ୍‌ ହୋଇ ଚାଲି ଯାଉଛନ୍ତି। ଏଥିପାଇଁ ରାଜସ୍ବ କର୍ମଚାରୀମାନେ ଦାୟୀ ଅଟନ୍ତି। ସାମାଜିକ କର୍ମୀ ଅନନ୍ତ ଦାଶ କୁହନ୍ତି, କେନ୍ଦ୍ରାପଡ଼ା ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ବହୁ ନଦୀନାଳ ଜିଲାରେ ପ୍ରବାହିତ। ବିଶେଷ କରି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳ ପାଖ ଦେଇ ବ୍ରାହ୍ମଣୀ ଓ ଗୋବରୀ ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା ଓ ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ବ୍ୟବସାୟୀମାନେ ନଦୀ ପଠାରେ ଇଟାଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡା ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ଇଟାଭାଟିଗୁଡିକ ବନ୍ଦ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଉପରେ ପଦକ୍ଷେପ ତହସିଲଦାର ନେବେ ବୋଲି ସେ କହିଛନ୍ତି। ତହସିଲଦାର ଦିଲୀପ ସେଠୀଙ୍କୁ ପଚାରିବାରେ ଦମକଳ ବାହିନୀ ଓ ପୋଲିସ ଫୋର୍ସ ନେଇ ବେଆଇନ ଇଟାଭାଟି ଉପରେ ଚଢାଉ କରାଯାଇ କଞ୍ଚା ଇଟାଗୁଡିକୁ ନଷ୍ଟ କରାଯିବ। ପୋଡ଼ା ଯାଇଥିବା ଇଟାଗୁଡିକୁ ନିଲାମ କରାଯାଇ ରାଜସ୍ବ ଭରଣା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri