ତାତି ବଢ଼ାଉଛି ଇଟାଭାଟି ନିଆଁ

ପଟ୍ଟାମୁଣ୍ଡାଇ,୧୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ମାତ୍ର ବେଆଇନ ନାଲି ଇଟାଭାଟିର ନିଆଁଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ଯୋଗୁ ତାତି ବେଶି ବଢ଼ିବାରେ ଲାଗିଛି ବୋଲି ଅଭିଯୋଗ ହେଉଛି। ଇଟାଭାଟିରୁ ବାହାରୁଥିବା ଧୂଆଁ ପ୍ରଭାବରେ ପୋଡ଼ା କୋଇଲା ପାଉଁଶ ଗୁଣ୍ଡ ଉଡି ଗଛ ପତ୍ର ପଡ଼ିବା ଫଳରେ ଏକ ଆସ୍ତରଣ ସୃଷ୍ଟି ହେବାରେ ଲାଗିଛି। ବାୟୁମଣ୍ଡଳ ପ୍ରଦୂଷିତ ହେଉଛି। ଧୂଆଁ ଯୋଗୁ ଲୋକେ ଅଣନିଃଶ୍ୱାସୀ ହେଇପଡୁଛନ୍ତି। ଇଟାଭାଟି ବନ୍ଦ କରିବାକୁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ରାସ୍ତାପାଶର୍‌ବରେ ଇଟାଭାଟି ବେଧଡ଼କ ଭାବେ ଚାଲୁଛି। ପ୍ରଶାସନ କାହିଁକି ନୀରବ ରହିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସମ୍ପର୍କରେ ପରିବେଶବିତ୍‌ ବିଭୂତି ମହାପାତ୍ର କୁହନ୍ତି, ଇଟାଭାଟିରୁ ନିର୍ଗତ ଧୂଆଁ ଯୋଗୁ ବାୟୁମଣ୍ଡଳରେ ଉଷ୍ଣତା ସହ ଅଙ୍ଗାରକାମ୍ଳ ଗ୍ୟାସ ବଢ଼ିବାରେ ଲାଗିଛି। ଫଳରେ ଆଖପାଖ ଅଞ୍ଚଳରେ ଛୋଟ ଶିଶୁଙ୍କ ସମେତ ବୃଦ୍ଧାବୃଦ୍ଧମାନେ ଅଣନିଃଶ୍ୱାସୀ ହୋଇ ପଡୁଛନ୍ତି। ରାଜସ୍ବ କର୍ମଚାରୀମାନେ ଲୋକଦେଖାଣିଆ ଇଟାଭାଟି ମାଲିକଙ୍କ ନିକଟକୁ ଆସି କିଛି ଫାଇନ୍‌ ଆଦାୟ କରିବା ବଦଳରେ ହାତ ଚିକ୍କଣ କରି ଚୁପ୍‌ ହୋଇ ଚାଲି ଯାଉଛନ୍ତି। ଏଥିପାଇଁ ରାଜସ୍ବ କର୍ମଚାରୀମାନେ ଦାୟୀ ଅଟନ୍ତି। ସାମାଜିକ କର୍ମୀ ଅନନ୍ତ ଦାଶ କୁହନ୍ତି, କେନ୍ଦ୍ରାପଡ଼ା ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ବହୁ ନଦୀନାଳ ଜିଲାରେ ପ୍ରବାହିତ। ବିଶେଷ କରି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳ ପାଖ ଦେଇ ବ୍ରାହ୍ମଣୀ ଓ ଗୋବରୀ ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା ଓ ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ବ୍ୟବସାୟୀମାନେ ନଦୀ ପଠାରେ ଇଟାଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡା ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ଇଟାଭାଟିଗୁଡିକ ବନ୍ଦ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଉପରେ ପଦକ୍ଷେପ ତହସିଲଦାର ନେବେ ବୋଲି ସେ କହିଛନ୍ତି। ତହସିଲଦାର ଦିଲୀପ ସେଠୀଙ୍କୁ ପଚାରିବାରେ ଦମକଳ ବାହିନୀ ଓ ପୋଲିସ ଫୋର୍ସ ନେଇ ବେଆଇନ ଇଟାଭାଟି ଉପରେ ଚଢାଉ କରାଯାଇ କଞ୍ଚା ଇଟାଗୁଡିକୁ ନଷ୍ଟ କରାଯିବ। ପୋଡ଼ା ଯାଇଥିବା ଇଟାଗୁଡିକୁ ନିଲାମ କରାଯାଇ ରାଜସ୍ବ ଭରଣା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri