‘ଫାୟାର ପାର୍କ’ ଉଦ୍‌ଘାଟିତ

ଭୁବନେଶ୍ୱର, ୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭର୍ଚୁଆଲ୍‌ ମାଧ୍ୟମରେ ଭୁବନେଶ୍ୱରଠାରେ ‘ଫାୟାର ପାର୍କ’ ଉଦ୍‌ଘାଟନ କରିବା ସହ ଓଡ଼ିଶା ଅଗ୍ନିଶମ ସେବାର ପ୍ରଭାବୀ ଅନ୍‌ଲାଇନ ପୋର୍ଟାଲ ‘ଅଗ୍ନିଶମ ସେବା’ର ଶୁଭାରମ୍ଭ କରିଛନ୍ତି ା ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଅନଲାଇନ ସେବା ଜନସାଧାରଣ, ବିଶେଷକରି ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ମୌଳିକ ଅଗ୍ନି ନିରାପତ୍ତା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସଚେତନ କରାଇବ ା ନାଗରିକମାନଙ୍କୁ ସୁରକ୍ଷା ସମ୍ପର୍କିତ କାର୍ଯ୍ୟ କରିବାରେ ଯଥାର୍ଥ ଦିଗ୍‌ଦର୍ଶନ ଦେବା ପାଇଁ ଏହା ନିଃସନ୍ଦେହରେ ଏକ ଉପଯୁକ୍ତ ଉଦ୍ୟମ। ଅଗ୍ନିଶମ ସେବା ପୋର୍ଟାଲ୍‌ ମାଧ୍ୟମରେ ୧୬ଟି ସେବା ଉପଲବ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ‘ମୋ ସରକାର’ ଅଧୀନରେ ଜନସାଧାରଣଙ୍କୁ ଅବାଧ ଓ ସମୟୋପଯୋଗୀ ସୁବିଧା ସୁନିଶ୍ଚିତ କରିବା ନିମନ୍ତେ ମତାମତ ସଂଗ୍ରହକୁ ଗୁରୁତ୍ୱ ଦେବା ସକାଶେ ଅଗ୍ନିଶମ ବିଭାଗକୁ ସେ ପରାମର୍ଶ ଦେଇଛନ୍ତି ା ମୁଖ୍ୟମନ୍ତ୍ରୀ କୋଭିଡ୍‌-୧୯ ମହାମାରୀରେ ଓଡ଼ିଶା ଅଗ୍ନିଶମ ବିଭାଗର ଭୂମିକାକୁ ଉଚ୍ଚ ପ୍ରଶଂସା କରିବା ସହିତ ଜଟିଳ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ନିମନ୍ତେ ବ୍ୟାପକ ଭାବରେ ପ୍ଲାଜ୍‌ମା ଦାନ କରିଥିବାରୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ା ସେହିପରି ଗତବର୍ଷ ଅଗଷ୍ଟରେ ସଂଘଟିତ ଅମ୍ଫନ ବାତ୍ୟା ଏବଂ ଭୟଙ୍କର ବନ୍ୟା ସମୟରେ ଉଦ୍ଧାର ଓ ଥଇଥାନ କାର୍ଯ୍ୟରେ ମଧ୍ୟ ଓଡ଼ିଶା ଅଗ୍ନିଶମ ବିଭାଗ ଯଥେଷ୍ଟ କାର୍ଯ୍ୟ କରିଛି ା ଅଗ୍ନିଶମ ବିଭାଗ ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ସାଧାରଣ ସେବା ବ୍ୟବସ୍ଥାରେ ଆଖିଦୃଶିଆ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ଅଗ୍ନିଶମ ବିଭାଗ ଡିଜି ସତ୍ୟଜିତ ମହାନ୍ତିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri