ଶିମିଳିପାଳକୁ ବର୍ଷା ସାହା

ବାରିପଦା ଅଫିସ,୧୨ା୩: ୨୭୫୦ ବର୍ଗ କି.ମି. ପରିଧି ମଧ୍ୟରେ ଥିବା ଶିମିଳିପାଳ ଅଭୟାରଣ୍ୟର ୨୧ଟି ରେଞ୍ଜରେ ଦୀର୍ଘଦିନ ହେଲା ଲାଗି ରହିଥିବା ନିଆଁ ନିୟନ୍ତ୍ରଣକୁ ଆସିଛି। ବନ କର୍ମଚାରୀ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସ୍ଥାନୀୟ ଲୋକଙ୍କ ସହଯୋଗ ତଥା ୨ଦିନ ହେଲା ହୋଇଥିବା ବର୍ଷାରେ ଲାଗିଥିବା ନିଆଁ ଲିଭି ଆସୁଥିବା ସୂଚନା ମିଳିଛି। ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆର ସାଟେଲାଇଟ୍‌ ଇମେଜରେ ବୁଧବାର ୨୪ରୁ ୨୬ଟି ଫାୟାର ପଏଣ୍ଟ ଥିବାବେଳେ ଗୁରୁବାର ଏହାର ସଂଖ୍ୟା ୫କୁ ଖସି ଆସିଥିଲା। ଅନ୍ୟପକ୍ଷେ ନିଆଁ ଲାଗିବାର କାରଣ ଓ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ପ୍ରତିନିଧି ଦଳ ଶିମିଳିପାଳରେ ପହଞ୍ଚତ୍ଛନ୍ତି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନଟିସିଏ)ର ଆଇଜିଏଫ୍‌ ଅମିତ ମଲ୍ଲିକ ଓ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ମହାନିର୍ଦ୍ଦେଶକ ସୁବ୍ରତ ମହାପାତ୍ର ଶୁକ୍ରବାର କରଞ୍ଜିିଆ ବନଖଣ୍ଡ ଅଧୀନ ଯଶିପୁର ରେଞ୍ଜ ଦେଇ ଅପରବାରହାକାମୁଡ଼ା, ଗୁଡୁଗୁଡ଼ିଆ, ବରେହିପାଣି, ନଅଣା, ଉସୁକି ଆଦି ଆଭ୍ୟନ୍ତରୀଣ (କୋର)ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିବା ସହ ତଥ୍ୟ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?