ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା।  ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି।

ସ୍କନ୍ଦ ପୁରାଣ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଭଉଣୀଭାଇଙ୍କୁ ସାଥିରେ ଧରି ଘୋଷଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ରଥାରୂଢ଼ ଶ୍ରୀବିଗ୍ରହମାନେ ଶରଧାବାଲିଠାରେ ଶୁକ୍ରବାର ଏବଂ ଶନିବାର ଦିନତମାମ ଭକ୍ତଙ୍କୁ ଦର୍ଶନ ଦେବା ପରେ ଅପରାହ୍ନରେ  ଜନ୍ମବେଦୀକୁ ବାହାରିଥିଲେ। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାରେ ପହଣ୍ଡି ଆରମ୍ଭ ହୋଇଥିଲା। ଆଡ଼ପ ପହଣ୍ଡି ନିମନ୍ତେ ଶନିବାର ରଥ ଉପରେ ଶ୍ରୀବିଗ୍ରହଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା।
ଶନିବାର ସକାଳ ୭ଟା ୩୦ରୁ ୭ଟା ୪୦ ମଙ୍ଗଳ ଆଳତି, ମଇଲମ ୭ଟା ୩୫ରୁ ୭ଟା ୫୦ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୮ଟାରୁ ୯ଟା ୧୦, ବେଶ ଶେଷ ୮ଟା ୧୫ରୁ ୯ଟା ୨୦, ସକାଳଧୂପ ଶେଷ ୧୦ଟାରୁ ୧୧ଟା ୦୫, ମଇଲମ ୧୧ଟା ୨୦ରୁ ୧୧ଟା ୪୦, ମହାସ୍ନାନ ଶେଷ ମଧ୍ୟାହ୍ନ ୧୨ଟା, ସର୍ବାଙ୍ଗ ୧୧ଟା ୫୫ରୁ ୧୨ଟା ୩୦, ବେଶ ୧୨ଟା ୩୫, ତିନିରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୪୦ରୁ ୧ଟା ୩୫, ସନ୍ଧ୍ୟା ଆଳତି ୧ଟା ୩୫, ବେଶ ଶେଷ ଅପରାହ୍ନ ୧ଟା ୪୫ରୁ ୨ଟା, ସନ୍ଧ୍ୟା ଆଳତି ୧ଟା ୫୫ରୁ ୨ଟା ୧୫, ସନ୍ଧ୍ୟା ଧୂପ ୩ଟା୧୫, ଚାରମାଳ ବନ୍ଧା ଶେଷ ୭ଟା ୩୫, ସିଂହାସନ ମାଜଣା ସନ୍ଧ୍ୟା ୬ଟା୪୦, ତିନିରଥରେ ପୁଷ୍ପାଞ୍ଜଳି ସନ୍ଧ୍ୟା ୭ଟା ୪୦ରୁ ୭ଟା ୫୦। ମୁଦିରସ୍ତଙ୍କ ଦ୍ୱାରା ତିନିରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ।

ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା। ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରତ୍ନ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ଗୋଟିପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା। ରବିବାରଠାରୁ ଭକ୍ତଙ୍କୁ ଆଡ଼ପ ଅବଢ଼ା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?